Posted inଜାତୀୟ

ଫେଲ ମାରିଲା ପାକିସ୍ତାନର ଅନୁପ୍ରବେଶ ଉଦ୍ୟମ: ୩ ଅନୁପ୍ରବେଶକାରୀ ନିହତ

ଜମ୍ମୁ,୬ ।୨: ଜମ୍ମୁ-କଶ୍ମୀରର ସାମ୍ବା ସେକ୍ଟରରେ ଅନ୍ତରାଷ୍ଟ୍ରୀୟ ସୀମାରେ ପ୍ରବେଶ ଉଦ୍ୟମ କରୁଥିବା ୩ ଅନୁପ୍ରବେଶକାରୀ ବିଏସଏଫ୍ ଯବାନଙ୍କ ଗୁଳିର ଶିକାର ହୋଇଛନ୍ତି । ମୃତକଙ୍କ ନିକଟରୁ ଯବାନମାନେ ବହୁ ପରିମାଣର ନିଶା ଦ୍ରବ୍ୟ(ଡ୍ରଗ୍ସ) ଜବତ କରିଥିବା ସୂଚନା ମିଳିଛି । ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) କହିଛି ସାମ୍ବା ସେକ୍ଟରରେ ଅନ୍ତରାଷ୍ଟ୍ରୀୟ ସୀମାରେ ରାତିରେ ୩ ଅନୁପ୍ରବେଶକାରୀ ଯବାନଙ୍କ ନଜରରୁ ବଞ୍ଚି ଚାଲିଯିବାକୁ ଚେଷ୍ଟା କରୁଥିଲେ । ପ୍ରଥମେ ଯବାନମାନେ ତାଙ୍କ ଅଟକାଇବାକୁ ଚେଷ୍ଟା କରିଥିଲେ । ହେଲେ ସେମାନେ ଅଟକି ନ ଥିଲେ । ଏହାପରେ ଯବାନ ସେମାନଙ୍କ ଉପରକୁ ଗୁଳି ଚଳାଇବାରୁ ୩ ଜଣ ଅନୁପ୍ରବେଶକାରୀ ନିହତ ହୋଇଥିଲେ । ସେମାନଙ୍କ ନିକଟରୁ ୩୬ କିଲୋଗ୍ରାମ ଡ୍ରଗ୍ସ ମିଳିଛି । ଏମାନେ ପାକିସ୍ତାନର ବୋଲି ଅନୁମାନ କରାଯାଉଥିବା ବେଳେ ପୋଲିସ ଯାଞ୍ଚ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା…

ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ

ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri