Posted inଜାତୀୟ

ବିପଦରେ ଜମ୍ମୁ-କଶ୍ମୀରର ପରିଚୟ: ଫାରୁକ୍‌

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀର ଭୋଟର ତାଲିକାରେ ବାହାର ଲୋକଙ୍କୁ ସାମିଲ କରିବା ନିଷ୍ପତ୍ତି ଗ୍ରହଣୀୟ ନୁହେଁ। ଏହାକୁ ସବୁ ପ୍ରକାରେ ବିରୋଧ କରାଯିବା ସହ କୋର୍ଟରେ ଚ୍ୟାଲେଞ୍ଜ କରାଯିବ ବୋଲି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲା ସୋମବାର କହିଛନ୍ତି। ୯ଟି ଦଳର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବାହାର ଲୋକଙ୍କୁ ଜମ୍ମୁ-କଶ୍ମୀରରେ ଭୋଟ ଅଧିକାର ଦେବା ଲାଗି ସରକାରଙ୍କ ନିଷ୍ପତ୍ତି ବିରୋଧରେ ଏକାଠି ହେବା ଲାଗି ଫାରୁକ୍‌ ୯ଟି ଦଳର ବୈଠକ ଡାକିଥିଲେ। ରାଜ୍ୟର ପରିଚୟ ଲିଭିଯିବାକୁ ଯାଉଛି। ଏଠାରେ ବସବାସ କରୁଥିବା ଡୋଗ୍ରା, କଶ୍ମୀରୀ ପହାରି ବା ଗୁଜ୍ଜର ଅଥବା ଶିଖ୍‌ମାନେ ସେମାନଙ୍କ ପରିଚୟ ହରାଇବେ। ବିଧାନସଭା ବାହାର ଲୋକଙ୍କ ହାତରେ ରହିବ। ଆମେ ଏହାର ବିରୋଧ କରୁଛୁ ବୋଲି ଫାରୁକ୍‌ କହିଛନ୍ତି।
ବୈଠକରେ ଏନ୍‌ସି ସମେତ କଂଗ୍ରେସ, ପିଡିପି, ଆଓ୍ବାମୀ ନ୍ୟାଶନାଲ କନ୍‌ଫରେନ୍ସ, ଶିବସେନା, ସିପିଆଇ, ସିପିଆଇ(ଏମ୍‌), ଜେଡିୟୁ, ଅକାଳୀ ଦଳ ମାନ୍‌ ପ୍ରମୁଖ ଯୋଗଦେଇଥିଲେ। ଅନ୍ୟପକ୍ଷରେ ସଂଶୋଧିତ ଭୋଟର ତାଲିକାରେ ବାହାର ଭୋଟରଙ୍କ ନାଁ ରହିଥିବା କହି ଲୋକଙ୍କ ମନରେ ବିଷମଞ୍ଜି ବୁଣିବାକୁ ଏନ୍‌ସି, ପିଡିପି ଓ ଅନ୍ୟ ଦଳଗୁଡ଼ିକ ଉଦ୍ୟମ କରୁଥିବା ଭାଜପା ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri