Posted inଜାତୀୟ

ଜମ୍ମୁ-କଶ୍ମୀରରେ ବାଜିପାରେ ନିର୍ବାଚନୀ ବିଗୁଲ୍‌

ଶ୍ରୀନଗର,୫।୫: ଜମ୍ମୁ-କଶ୍ମୀର ପରିସୀମା ନିର୍ଦ୍ଧାରଣ ଆୟୋଗ ( Delimitation Commission) କାର୍ଯ୍ୟକାଳ ଶେଷ ହେବାର ଗୋଟିଏ ଦିନ ପୂର୍ବରୁ ବିଧାନସଭା ଆସନଗୁଡ଼ିକର ପୁନଃନିର୍ଦ୍ଧାରଣ ଉପରେ ଚୂଡ଼ାନ୍ତ ରିପୋର୍ଟ ଗୁରୁବାର ପ୍ରକାଶ କରିଛନ୍ତି। ଫଳରେ ଖୁବ ଶୀଘ୍ର ଜମ୍ମୁ-କଶ୍ମୀରରେ ନିର୍ବାଚନ ବିଗୁଲ ମଧ୍ୟ ବାଜିପାରେ।
ବିଧାନସଭା ଆସନ ଗୁଡ଼ିକର ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ପୂରା ହେବା ପରେ ଜମ୍ମୁ-କଶ୍ମୀରରେ ମୋଟ ୭ଟି ବିଧାନସଭା ଆସନ ବଢ଼ିଯିବ। ରିପୋର୍ଟ ମୁତାବକ, ଜମ୍ମୁ ରିଜନରେ ୬ ଓ କଶ୍ମୀରରେ ଗୋଟିଏ ଆସନ ବଢ଼ିବ। ଜମ୍ମୁ-କଶ୍ମୀରରେ ମୋଟ ୯୦ଟି ବିଧାନସଭା ଆସନ ହେବ। ଏଥିରେ କଶ୍ମୀର ଡିଭିଜନରେ ୪୭ ଓ ଜମ୍ମୁ ଡିଭିଜନ ୪୩ ହେବ। ଏହା ବ୍ୟତୀତ ୯ଟି ଆସନ ଅନୁସୂଚିତ ଜନଜାତି ଓ ୦୭ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ହେବ। ଏହା ବ୍ୟତୀତ ଲୋକ ସଭାର ୫ଟି ଆସନ ହେବ।
ସୂଚନାଯୋଗ୍ୟ, ଜୁନ ୨୦୧୮ ଠାରୁ ଜମ୍ମୁ-କଶ୍ମୀରରେ କୌଣସି ନିର୍ବାଚିତ ସରକାର ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri