Posted inଜାତୀୟ

ଜମ୍ମୁ -କଶ୍ମୀର, ଲଦାଖରେ ଭୂକମ୍ପ ଝଟକା

ଶ୍ରୀନଗର/ଲେହ,୧୮।୧୨: କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ -କଶ୍ମୀର ଏବଂ ଲଦାଖରେ ସୋମବାର ଅପରାହ୍ନରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ଜମ୍ମୁ, ଶ୍ରୀନଗର, ପୁଞ୍ଚ, କିସ୍ତଓ୍ବାଡ, କାର୍ଗିଲ ସମେତ ବିଭିନ୍ନ ସ୍ଥାନରେ ଭୂକମ୍ପ ହୋଇଛି। ଏକ ଘଣ୍ଟା ମଧ୍ୟରେ ଚାରିଥର ଭୂକମ୍ପ ଝଟକା ଲାଗିଛି। ପ୍ରଥମ ଅପରାହ୍ନ ୩.୪୮, ଦ୍ୱିତୀୟଟି ଅପରାହ୍ନ ୩.୫୭ରେ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ୩.୮ ରେକର୍ଡ କରାଯାଇଛି। ଏହି ଉଭୟ ଭୂକମ୍ପର କେନ୍ଦ୍ରସ୍ଥଳ ଲଦାଖର କାର୍ଗିଲ ଅଞ୍ଚଳ ଥିବା ସୂଚନା ରହିଛି।

ସେହିପରି ତୃତୀୟ ଭୂକମ୍ପ ଅପରାହ୍ନ ୪.୦୧, ଚତୁର୍ଥ ଅପରାହ୍ନ ୪.୧୮ରେ ହୋଇଛି। ଯାହର ତୀବ୍ରତା ୪.୮ ଏବଂ ୩.୬ ମାପ କରାଯାଇଛି। ତୃତୀୟ ଏବଂ ଚତୁର୍ଥ ଭୂକମ୍ପର କେନ୍ଦ୍ରସ୍ଥଳ ଜମ୍ମୁ ବିଭାଗର କିଶୋର ଜିଲା କିସ୍ତଓ୍ବାଡ ଥିଲା। ଭୂକମ୍ପ ଫଳରେ ବର୍ତ୍ତମାନ ସୁଦ୍ଧା କୌଣସି ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହୋଇଥିବାର ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri