Posted inଜାତୀୟ

Jammu Kashmir Encounter: ପହଲଗାମ ଆଟାକ୍‌ ପରେ ବଡ଼ ଏକନାଉଣ୍ଟର, ଶହୀଦ ହେଲେ ଜଣେ ଭାରତୀୟ ଯବାନ

ନୂଆଦିଲ୍ଲୀ,୨୪।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣପରେ, ଗୁରୁବାର ସକାଳେ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଜିଲାର ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ବଡ଼ ଏନକାଉଣ୍ଟର ହୋଇଛି। ଯେଉଁଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ଖବର ମିଳିଛି ।

ଲେଫ୍ଟନାଣ୍ଟ କର୍ଣ୍ଣେଲ ସୁନୀଲ ବର୍ଟୱାଲ କହିଛନ୍ତି, ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ସେ କହିଛନ୍ତି ଯେ, ଏନକାଉଣ୍ଟର ସମ୍ପର୍କିତ ସମ୍ପୂର୍ଣ୍ଣ ସୂଚନାକୁ ଅପେକ୍ଷା କରାଯାଇଛି। ସୂଚନା ଅନୁଯାୟୀ, ପ୍ରାରମ୍ଭିକ ଏନକାଉଣ୍ଟରରେ ଜଣେ ଯବାନ ଶହୀଦ ହୋଇଛନ୍ତି।

ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ, ସେନା ଏବଂ ପୋଲିସ ଦ୍ୱାରା ନିରନ୍ତର ସର୍ଚ୍ଚ ଅପରେଶନ ଜାରି ରହିଛି। ସେନାର ଅନେକ ଟିମ୍‌ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅଭିଯାନ ଚଳାଇଛନ୍ତି। ଏହି ସମୟରେ ଜମ୍ମୁ ପୋଲିସ ମଧ୍ୟ ତାଙ୍କ ସହିତ ଉପସ୍ଥିତ ଅଛି। ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛ ମୁହାଁମୁହିଁ ହୋଇଛନ୍ତି।

ଜମ୍ମୁ ପୋଲିସର ସୂଚନା ଅନୁଯାୟୀ, ଉଧମପୁରର ଡୁଡ୍ଡୁ-ବସନ୍ତଗଡ଼ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀମାନେ ସେନା ଉପରେ ଗୁଳି ଚଳାଇଥିଲେ, ଯାହାର ଜବାବରେ ସେନା ମଧ୍ୟ ଲଗାତାର ଗୁଳିଚାଳନା କରୁଛି। ଏଠାରେ ସେନା ଦୁଇରୁ ତିନି ଜଣ ଆତଙ୍କବାଦୀଙ୍କୁ ଘେରି ରହିଥିବା ଅନୁମାନ କରାଯାଉଛି। ସେନା ସବୁ ଦିଗରୁ ଆତଙ୍କବାଦୀଙ୍କୁ ଟାର୍ଗେଟ କରୁଛନ୍ତି।

ଏହି ଏନକାଉଣ୍ଟରରେ, ଉଭୟ ପାର୍ଶ୍ୱରୁ ମଝିରେ ମଝିରେ ଗୁଳିଗୋଳା ଶବ୍ଦ ଆସୁଛି। ଘଟଣାସ୍ଥଳରେ ପ୍ରବଳ ଫୋର୍ସ ଉପସ୍ଥିତ ଅଛନ୍ତି। ଏହା ସହିତ, ଅନେକ ପୋଲିସ କର୍ମଚାରୀ ମଧ୍ୟ ସେନା ସହିତ ଅଛନ୍ତି। ପହଲଗାମ ଆକ୍ରମଣ ପରଠାରୁ ଭାରତୀୟ ସେନା ସତର୍କତା ଅବଲମ୍ବନ କରୁଛି। ସେନା ସୂତ୍ର ଅନୁଯାୟୀ, ବର୍ତ୍ତମାନ ଘାଟିରେ ୧୦୦ ରୁ ଅଧିକ ଆତଙ୍କବାଦୀ ସକ୍ରିୟ ଅଛନ୍ତି।

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ସେନା ଦାୟିତ୍ୱ ଗ୍ରହଣ କରୁଛି। ବୁଧବାର (୨୩ ଏପ୍ରିଲ) ଦିନ, ସୁରକ୍ଷା ବାହିନୀ ବାରାମୂଳାରେ ବଡ଼ ସଫଳତା ହାସଲ କରିଛନ୍ତି। ନିୟନ୍ତ୍ରଣ ରେଖା (LoC) ନିକଟରେ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିବା ସହିତ ସୁରକ୍ଷା ବାହିନୀ ଦୁଇ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଛନ୍ତି। ଏହି ସମୟରେ, ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କଠାରୁ ଦୁଇଟି AK ସିରିଜ ରାଇଫଲ, ଚାଇନିଜ ପିସ୍ତଲ ଏବଂ 10 କିଲୋଗ୍ରାମ IED ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିଲେ। ସୂଚନା ମିଳିଛି ଯେ ଏହି ଆତଙ୍କବାଦୀମାନେ ଉପତ୍ୟକାରେ ଏକ ବଡ଼ ଘଟଣା ଘଟାଇବାକୁ ଯୋଜନା କରୁଥିଲେ, କିନ୍ତୁ ଏହା ପୂର୍ବରୁ ସେନାର ସୈନିକମାନେ ସେମାନଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?