Posted inଜାତୀୟ

ଆତଙ୍କବାଦୀଙ୍କ ଷଡ଼ଯନ୍ତ୍ର ପଣ୍ଡ: ୨୪ଘଣ୍ଟାରେ ୫ ନିହତ, ୩୦କିଲୋ ଆଇଡି ଜବତ

ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀ ନିରୋଧୀ ଅଭିଯାନ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବଡଗାମ ଏବଂ ରାଜୌରୀର ଦୁଇଟି ଭିନ୍ନ ସ୍ଥାନରେ ହୋଇଥିବା ସର୍ଚ୍ଚ ଅପରେଶନରେ ମୋଟ ୫ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ୩୦ କିଲୋଗ୍ରାମ ଆଇଡି ଜବତ କରାଯାଇଛି। ଗୁରୁବାର ସକାଳେ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ଏକ ସେନା କ୍ୟାମ୍ପରେ କେତେକ ଆତଙ୍କବାଦୀ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ୨ଯବାନ ଆହତ ହୋଇଥିବା ବେଳେ ସେମାନେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଜମ୍ମୁ-କଶ୍ମୀର ଏଡିଜିପି ମୁକେଶ ସିଂ କହିଛନ୍ତି ଯେ, ଆତଙ୍କବାଦୀମାନେ ପାରଗଲରେ ଥିବା ଏକ ସେନା ଶିବିରର ବାଡ଼ ପାର ହେବାକୁ ଚେଷ୍ଟା କରୁଥିବା ସମୟରେ ସୁରକ୍ଷାକର୍ମୀ ସେମାନଙ୍କୁ ଅଟକାଇଥିଲେ। ହେଲେ ସେମାନେ ନ ଅଟକିବାରୁ ସୁରକ୍ଷାକର୍ମୀ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଯେଉଁଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହାପୂର୍ବରୁ ବୁଧବାର ବଡ଼ଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏହି ଏନ୍‌କାଉଣ୍ଟରରେ ୩ଜଣ ଲଶ୍କର-ଇ-ତୋଏବାର ଆତଙ୍କବାଦୀ ନିହତ ହୋଇଥିଲେ। ଆତଙ୍କବାଦୀଙ୍କ ନିକଟରୁ ବିସ୍ଫୋରକ ସାମଗ୍ରୀ, ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ଜବତ କରାଯାଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଏପର୍ଯ୍ୟନ୍ତ ୩୬ ବିଦେଶୀ ଆତଙ୍କବାଦୀଙ୍କୁ ମିଶାଇ ୧୩୬ଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?