Posted inଜାତୀୟ

‘ଆତଙ୍କବାଦୀ’ ନାଁ ନେଲେନି ଓମାର ଅବଦୁଲ୍ଲା: ବର୍ଷିଲେ ଲୋକେ

ନୂଆଦିଲ୍ଲୀ,୨୧।୧୦: ଗତ କିଛି ଦିନ ହେବ ଜମ୍ମୁ କଶ୍ମୀରରେ କ୍ରମାଗତ ଭାବେ ଆତଙ୍କବାଦୀ ଆକ୍ରମଣ ଘଟୁଛି। ଜମ୍ମୁ-କଶ୍ମୀରର ଗାଗଙ୍ଗୀରରେ ରବିବାର ଆତଙ୍କବାଦୀ ଆକ୍ରମଣରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଲୋକମାନେ ଏହି ଘଟଣା ସମ୍ପର୍କରେ ସୋସିଆଲ ମିଡିଆରେ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କୁ ସମାଲୋଚନା କରୁଛନ୍ତି।

ଗନ୍ଦରବଲରେ ସ୍ଥାନୀୟ ଅଣ ଶ୍ରମିକଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରି ଓମାର ଅବଦୁଲ୍ଲା ଏହାକୁ ଏକ ଉଗ୍ରବାଦୀ ଆକ୍ରମଣ ବୋଲି କହିଛନ୍ତି। ଏହି ସମୟ ମଧ୍ୟରେ ସେ ଆତଙ୍କବାଦୀ ଶବ୍ଦ ବ୍ୟବହାର କରିବା ଠାରୁ ଦୂରେଇ ଯାଇଥିଲେ। ଏହି କାରଣରୁ ଲୋକମାନେ ସୋସିଆଲ ମିଡିଆରେ ରାଗି ଯାଇଥିଲେ।

ଏହି ଆକ୍ରମଣ ପରେ ମୁକ୍ୟମନ୍ତ୍ରୀ ଅବଦୁଲ୍ଲା ଏକ ପୋଷ୍ଟ ଶେୟାର କରି କହିଛନ୍ତି, ମୁଁ ନିରୀହ ନୀରିହ ଲୋକଙ୍କ ଉପରେ ହୋଇଥିବା ଏହି ଆକ୍ରମଣକୁ ଦୃଢ ନିନ୍ଦା କରୁଛି ଏବଂ ସେମାନଙ୍କ ପ୍ରିୟଜନଙ୍କୁ ସମବେଦନା ଜଣାଉଛି। ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ସମ୍ପୂର୍ଣ୍ଣ ସୁସ୍ଥ ହୁଅନ୍ତୁ।

ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ଡାକ୍ତର ଏବଂ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଗୁରୁତର ଆହତ ହୋଇଛନ୍ତି। ଓମାର ଅବଦୁଲ୍ଲାଙ୍କ ବିବୃତ୍ତି ପରେ ଲୋକମାନେ ସୋସିଆଲ ମିଡିଆରେ ମନ୍ତବ୍ୟ ଦେଇ କହିଛନ୍ତି ଯେ ସେ ‘ଆତଙ୍କବାଦୀ’ ପରିବର୍ତ୍ତେ ‘ଉଗ୍ରବାଦୀ’ ଶବ୍ଦକୁ କିପରି ବ୍ୟବହାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri