Posted inଜାତୀୟ

ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୨୫।୫: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜମ୍ମୁ କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟ। ଏହାସହ ତାଙ୍କୁ ୧୦ ଲକ୍ଷ ଟଙ୍କା ଜୋରିମନା ମଧ୍ୟ କରାଯାଇଛି। ଏହି ନିଷ୍ପତ୍ତି ସମୟରେ ୟାସିନ କୋର୍ଟରେ ଉପସ୍ଥିତ ଥିଲେ। ୟାସିନଙ୍କ ନିଷ୍ପତ୍ତିକୁ ଦୃଷ୍ଟିରେ ରଖି କୋର୍ଟରେ ଭାରି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ଜଜ ପ୍ରବୀଣ ସିଂ ମେ ୧୯ରେ ୟାସିନଙ୍କୁ ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ଅଧୀନରେ ଦୋଷୀ ସାବ୍ୟସ୍ତ କରିଥିଲେ। ତେବେ ଏହା ପୂର୍ବରୁ ୟାସିନ ମଲିକଙ୍କୁ ଫାଶୀ ଦିଆଯାଉ ବୋଲି କୋର୍ଟରେ ଦାବି କରିଥିଲା ନ୍ୟାଶନାଲ ଇନ୍‌ଭେଷ୍ଟିଗେସନ ଏଜେନ୍ସି(ଏନ୍‌ଆଇଏ)।
ସୂଚନାଯୋଗ୍ୟ,ୟାସିନ ମଲିକ ନିକଟରେ ୨୦୧୭ରେ କଶ୍ମୀର ଘାଟିରେ ଅଶାନ୍ତ ସୃଷ୍ଟି କରିବା ଏବଂ ଆତଙ୍କବାଦ ଓ ବିଚ୍ଛିନ୍ନତାବାଦୀ କାର୍ଯ୍ୟକଳାପ ସହ ଜଡିତ ଏକ ମାମଲାରେ ଦିଲ୍ଲୀ କୋର୍ଟରେ ହାଜର ହୋଇ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ସ୍ବୀକାର କରିଥିଲେ। ଆଜିର ଶୁଣାଣି ଆରମ୍ଭ ହେବା କ୍ଷଣି ଏନ୍‌ଆଇଏ ଦୋଷୀ ମଲିକଙ୍କୁ ପାଶୀ ଦଣ୍ଡ ଦେବାକୁ ଦାବି କରିଥିଲା। ଏନେଇ ୟାସିନ କହିଥିଲେ, ମୁଁ ଏହି ନିଷ୍ପତ୍ତି କୋର୍ଟଙ୍କ ଉପରେ ଛାଡ଼ିଦେବି, ମୁଁ କାହାକୁ ଅନୁରୋଧ କରିବି ନାହିଁ। ମୁଁ ଫାଶୀକୁ ଗ୍ରହଣ କରିବି। ଯଦି ଅନୁସନ୍ଧାନକାରୀ ସଂସ୍ଥା ପ୍ରମାଣ କରେ ଯେ ମୁଁ ଆତଙ୍କବାଦୀ କାର୍ଯ୍ୟକଳାପରେ ଜଡିତ ଅଛି, ତେବେ ମୁଁ ରାଜନୀତିରୁ ଅବସର ନେବି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?