Posted inଜାତୀୟ

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି ସ୍ଥିତି ଉପୁଜିବ? ରାଜଧାନୀରେ ଏଲ୍‌ଜି ଏବଂ ଆପ୍‌ ସରକାରଙ୍କ ମଧ୍ୟରେ ମତଭେଦ ହେଉଥିବା ବେଳେ ଜମ୍ମୁରେ କ’ଣ ସେଭଳି କିଛି ହେବ କି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷକରି ଏଲ୍‌ଜିଙ୍କ ସହ ଉମରଙ୍କ ସମ୍ପର୍କ କିଭଳି ରହିବ ତାହା ଆଲୋଚନାର ବିଷୟ ପାଲଟିଛି।

ନିକଟରେ ମନୋଜ ସିହ୍ନା ଏକ ଖବରକାଗଜକୁ ସାକ୍ଷାତକାର ଦେଇ କେନ୍ଦ୍ର ଶାସିତ ରାଜ୍ୟର ‘ବିକାଶ’ ଏବଂ ଆଇନ ବ୍ୟବସ୍ଥା ବଜାୟ ରଖିବାକୁ ଜନାଦେଶ ହୋଇଛି। ସମାଜର କୌଣସି ବର୍ଗ ବିକାଶରୁ ବଞ୍ଚିତ ନ ରହୁ ତାହା ସୁନିଶ୍ଚିତ କରିବା ମୋର ଦାୟିତ୍ୱ। ନିର୍ବାଚିତ ସରକାର ମଧ୍ୟ ସେହିଭଳି କାମ କରିବ ବୋଲି ଆଶା କରୁଛି ବୋଲି ସେ କହିଛନ୍ତି।

ଏହାଛଡ଼ା ସରକାରଙ୍କୁ ବାର୍ତ୍ତା ଦେବାକୁ ଯାଇ ସେ କହିଛନ୍ତି ଯେ, ଜନତା ଜନାଦେଶ ଦେଇଛନ୍ତି। ନିର୍ବାଚିତ ପ୍ରତିନିଧି ଜମ୍ମୁ କଶ୍ମୀରର ଲୋକଙ୍କୁ ଶାନ୍ତି, ସମୃଦ୍ଧି ଏବଂ ବିକାଶ ପ୍ରଦାନ କରିବାକୁ ନେଇ ପ୍ରତିଶ୍ରୁତି ପୂରଣ କରିବା ଉଚିତ। ଏହି ଲକ୍ଷ୍ୟକୁ ପୂରଣ କରିବା ଦିଗରେ ନୂଆ ସରକାରଙ୍କୁ ମୋର ପୂର୍ଣ୍ଣ ସମର୍ଥନ ରହିବ।

ଦିଲ୍ଲୀ ଭଳି ମତଭେଦ ସମ୍ପର୍କରେ ସେ କହିଛନ୍ତି ଯେ, ସମସ୍ତ ମତଭେଦ ଉପରେ କାର୍ଯ୍ୟ କରିହେବ। ଆମେ ସରକାର ସହ ମିଶି ଏଭଳି ପ୍ରସଙ୍ଗକୁ ସମାଧାନ କରିପାରିବୁ। ମୁଁ ୪ ବର୍ଷ ଧରି ଜମ୍ମୁ କଶ୍ମୀରରେ ଅଛି। ବହୁତ କାମ ହୋଇଛି। ବହୁତ କିଛି କରିବା ବାକି ଅଛି। ଏଣୁ କୌଣସି ମତଭେଦ ହେବାର ଆଶା ନାହିଁ। ଏଭଳି ମୁଁ କିଛି କରିବି ନାହିଁ ଯାହାଦ୍ୱାରା ସେଭଳି ସ୍ଥିତି ଉପୁଜିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri