Posted inଜାତୀୟ

ଲସ୍କର-ଇ-ତୋଏବାର ୨ଆତଙ୍କବାଦୀ ଗିରଫ

ବଡଗାମ,୨୮।୩: ମଧ୍ୟ କଶ୍ମୀରର ବଡଗାମରେ ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ବଡଗାମ ଜିଲାରୁ ୨ଜଣ ଲସ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଏଥିସହ ସେମାନଙ୍କ ନିକଟରୁ ବହୁ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବତ କରାଯାଇଛି। ଗିରଫ ହୋଇଥିବା ଉଭୟ ଆତଙ୍କବାଦୀ ଦକ୍ଷିଣ କଶ୍ମୀରର ବାସିନ୍ଦା ଏବଂ ଗତବର୍ଷରୁ ସେମାନେ ସକ୍ରିୟ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବଡଗାମର ସୁନେରଗୁଣ୍ଡ ଅଞ୍ଚଳରେ ୬୨ଆରଆର ସେନା ସହିତ ପୋଲିସ ମିଳିତ ସର୍ଚ୍ଚ ଅପରେସ୍‌ନ କରିଥିଲା। ଏଥିରେ ଲସ୍କର-ଇ-ତୋଏବାର ୨ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ଲସ୍କର-ଇ-ତୋଏବାର ପ୍ରତିବନ୍ଧକ ସାମଗ୍ରୀ, ଗୋଟିଏ ଚାଇନା ବନ୍ଧୁକ, ୨ଟି ବନ୍ଧୁକ ମାଗାଜିନ, ୧୨ଟି ଜୀବନ୍ତ ଗୁଳି ଏବଂ ଏକେ-୪୭ର ୩୨ଟି ଗୁଳି ଜବତ କରାଯାଇଛି ବୋଲି ବଡଗାମ ପୋଲିସ ସୂଚନା ଦେଇଛି। ତେବେ ଗିରଫ ହୋଇଥିବା ଆତଙ୍କବାଦୀମାନେ ହେଲେ ରାମନଗରୀ ଶୋପିଆନର ୱାସିମ ଅହମ୍ମଦ ଗନଇ ଏବଂ ସେଡୋ ଶୋପିଆନର ଇକ୍‌ବାଲ ଅଶରଫ ଶେଖ୍‌ ବୋଲି ଜଣାପଡିଛି। ବଡଗାମ ଥାନାରେ ସୋମନଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?