Posted inଜାତୀୟ

ଜମ୍ମୁ-କଶ୍ମୀର ସହ ଜଡିତ ୨ଟି ବିଲ୍‌ ରାଜ୍ୟ ସଭାରେ ପାରିତ

ନୂଆଦିଲ୍ଲୀ,୧୧।୧୨: ରାଜ୍ୟ ସଭାରେ ସୋମବାର ଜମ୍ମୁ-କଶ୍ମୀର ସଂରକ୍ଷଣ (ସଂଶୋଧନ) ବିଲ୍‌, ୨୦୨୩ ଏବଂ ଜମ୍ମୁ-କଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍‌ ୨୦୨୩ ପାରିତ ହୋଇଛି। ଆଲୋଚନା ପରେ ଭଏସ ଭୋଟ ଦ୍ୱାରା ଏହି ବିଲ୍‌କୁ ଅନୁମୋଦନ କରାଯାଇଛି। ଶେଷରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜର ପକ୍ଷ ରଖିବା ସହ ବିଲ୍‌କୁ ବିରୋଧ କରୁଥିବା ବିରୋଧୀଙ୍କ ଉପରେ ଜୋରଦାର ବର୍ଷିଥିଲେ।

ଜମ୍ମୁ-କଶ୍ମୀର ସହିତ ଜଡିତ ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଲ୍‌ରେ ଅନେକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଅଛି । ଏଥିରେ ଅନୁସୂଚିତ ଜାତି (ଏସ୍‌ସି), ଅନୁସୂଚିତ ଜନଜାତି (ଏସ୍‌ଟି), ଅନ୍ୟାନ୍ୟ ସାମାଜିକ ତଥା ଶିକ୍ଷାଗତ ଆଧାରରେ ପଛୁଆ ବର୍ଗର ଲୋକଙ୍କ ପାଇଁ ଚାକିରିରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି ଏବଂ ବିଧାନସଭା ଆସନ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ପୂର୍ବରୁ ଏହି ବିଲ୍‌ ଲୋକସଭାରେ ପାରିତ ହୋଇସାରିଛି।

ଜମ୍ମୁ-କଶ୍ମୀର ସଂରକ୍ଷଣ (ସଂଶୋଧନ) ବିଲ୍‌ ଜମ୍ମୁ-କଶ୍ମୀର ସଂରକ୍ଷଣ ଅଧିନିୟମ ୨୦୦୪ରେ ସଂଶୋଧନ କରିଥାଏ। ଏହା ଏସ୍‌ସି, ଏସ୍‌ଟି, ଅନ୍ୟାନ୍ୟ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ଶ୍ରେଣୀର ଲୋକଙ୍କୁ ଚାକିରି ଏବଂ ବୃତ୍ତିଗତ ଅନୁଷ୍ଠାନରେ ସଂରକ୍ଷଣ ପ୍ରଦାନ କରିଥାଏ।

ଏଥି ସହିତ ଜମ୍ମୁ-କଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍‌ ଜମ୍ମୁ-କଶ୍ମୀର ପୁନର୍ଗଠନ ଅଧିନିୟମ ୨୦୧୯ରେ ସଂଶୋଧନ କରିଥାଏ। ପ୍ରସ୍ତାବିତ ବିଲ୍‌ ସହିତ ମୋଟ ବିଧାନସଭା ଆସନ ସଂଖ୍ୟା ୮୩ରୁ ୯୦କୁ ବୃଦ୍ଧି ପାଇବ। ଏଥିରେ ୭ ଟି ସିଟ୍‌ ଏସ୍‌ସି ପାଇଁ ଏବଂ ୯ଟି ସିଟ୍‌ ଏସଟି ପାଇଁ ସଂରକ୍ଷିତ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri