Posted inଜାତୀୟ

କଶ୍ମୀରରେ ପୁଣି ଟାର୍ଗେଟ କିଲିଂ, ଜଣେ ବିହାର ବାସିନ୍ଦା ଶ୍ରମିକଙ୍କୁ ଗୁଳି କଲେ ଆତଙ୍କବାଦୀ

ଜମ୍ମୁ,୧୨ ।୮: ଜମ୍ମ-କଶ୍ମୀରରେ ଆତଙ୍କବାଦୀମାନେ ପୁଣିଥରେ ସାଧାରଣ ଜନତାଙ୍କୁ ଟାର୍ଗେଟ କରିଛନ୍ତି । ଘାଟିର ବାନ୍ଦିପୋରା ଜିଲାର ଅଜସ ସ୍ଥିତ ସଦୁନାରା ଅଞ୍ଚଳରେ ଆତଙ୍କବାଦୀମାନେ ଜଣେ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଆତଙ୍କବାଦୀମାନେ ଗୁରୁବାର ରାତି ପ୍ରାୟ ୧୨ଟା ୩୦ରେ ଶ୍ରମିକ ଜଣଙ୍କୁ ଅତି ନିକଟରୁ ଗୁଳିକରି ହତ୍ୟା କରିଥିବା ଜଣାପଡିଛି । ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲ ନିଆଯାଇଥିଲେ ବି ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଶ୍ରମିକ ଜଣଙ୍କ ହେଲେ ଅମରେଜ ପୁତ୍ର ମହମ୍ମଦ ଜଲିଲ । ସେ ବିହାର ବାସିନ୍ଦା ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ, ବାନ୍ଦିପୋରାରେ ସ୍ଥାନୀୟ ନାଗରିକଙ୍କୁ ପୁଣି ଟାର୍ଗେଟ କରାଯାଇଥିବାରୁ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ସିଲ କରି ଆତଙ୍କବଦୀଙ୍କୁ ଖୋଜିବା ଆରମ୍ଭ କରିଛନ୍ତି । ଅନ୍ୟପଟେ ଘାଟିରେ କଶ୍ମୀର ବାହାରର ଲୋକଙ୍କୁ ଟାର୍ଗେଟ କରିବା ଘଟଣା ଥମିବାର ନାଁ ନେଉନି । ଏହା ପୂର୍ବରୁ ଏପ୍ରିଲରେ ଆତଙ୍କବାଦୀମାନେ ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର କାକରାନ ଅଞ୍ଚଳରେ ଜଣେ କଶ୍ମୀର ବାହାରର ବାସିନ୍ଦାଙ୍କୁ ଗଳି କରି ହତ୍ୟା କରିଥିଲେ । ଏହାସହ ଯେଉଁମାନେ କଶ୍ମୀର ବାସିନ୍ଦା ନୁହଁନ୍ତି ସେମାନଙ୍କୁ ଘାଟି ଛାଡିଦେବାକୁ ଚେତାବନୀ ଦେଇଥିଲେ ଆତଙ୍କବାଦୀ । ଆତଙ୍କବାଦୀମାନେ କଶ୍ମୀର ବାହାରର ଲୋକଙ୍କୁ ହତ୍ୟା କରି ଘାଟିରେ ଭୟର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା ଚଳାଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri