Posted inଜାତୀୟ

କଶ୍ମୀରରେ ପୁଣି ଟାର୍ଗେଟ କିଲିଂ, ଜଣେ ବିହାର ବାସିନ୍ଦା ଶ୍ରମିକଙ୍କୁ ଗୁଳି କଲେ ଆତଙ୍କବାଦୀ

ଜମ୍ମୁ,୧୨ ।୮: ଜମ୍ମ-କଶ୍ମୀରରେ ଆତଙ୍କବାଦୀମାନେ ପୁଣିଥରେ ସାଧାରଣ ଜନତାଙ୍କୁ ଟାର୍ଗେଟ କରିଛନ୍ତି । ଘାଟିର ବାନ୍ଦିପୋରା ଜିଲାର ଅଜସ ସ୍ଥିତ ସଦୁନାରା ଅଞ୍ଚଳରେ ଆତଙ୍କବାଦୀମାନେ ଜଣେ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଆତଙ୍କବାଦୀମାନେ ଗୁରୁବାର ରାତି ପ୍ରାୟ ୧୨ଟା ୩୦ରେ ଶ୍ରମିକ ଜଣଙ୍କୁ ଅତି ନିକଟରୁ ଗୁଳିକରି ହତ୍ୟା କରିଥିବା ଜଣାପଡିଛି । ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲ ନିଆଯାଇଥିଲେ ବି ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଶ୍ରମିକ ଜଣଙ୍କ ହେଲେ ଅମରେଜ ପୁତ୍ର ମହମ୍ମଦ ଜଲିଲ । ସେ ବିହାର ବାସିନ୍ଦା ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ, ବାନ୍ଦିପୋରାରେ ସ୍ଥାନୀୟ ନାଗରିକଙ୍କୁ ପୁଣି ଟାର୍ଗେଟ କରାଯାଇଥିବାରୁ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ସିଲ କରି ଆତଙ୍କବଦୀଙ୍କୁ ଖୋଜିବା ଆରମ୍ଭ କରିଛନ୍ତି । ଅନ୍ୟପଟେ ଘାଟିରେ କଶ୍ମୀର ବାହାରର ଲୋକଙ୍କୁ ଟାର୍ଗେଟ କରିବା ଘଟଣା ଥମିବାର ନାଁ ନେଉନି । ଏହା ପୂର୍ବରୁ ଏପ୍ରିଲରେ ଆତଙ୍କବାଦୀମାନେ ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର କାକରାନ ଅଞ୍ଚଳରେ ଜଣେ କଶ୍ମୀର ବାହାରର ବାସିନ୍ଦାଙ୍କୁ ଗଳି କରି ହତ୍ୟା କରିଥିଲେ । ଏହାସହ ଯେଉଁମାନେ କଶ୍ମୀର ବାସିନ୍ଦା ନୁହଁନ୍ତି ସେମାନଙ୍କୁ ଘାଟି ଛାଡିଦେବାକୁ ଚେତାବନୀ ଦେଇଥିଲେ ଆତଙ୍କବାଦୀ । ଆତଙ୍କବାଦୀମାନେ କଶ୍ମୀର ବାହାରର ଲୋକଙ୍କୁ ହତ୍ୟା କରି ଘାଟିରେ ଭୟର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା ଚଳାଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri