Posted inଜାତୀୟ

ରାଜୌରୀରେ ବଡ଼ ଆତଙ୍କବାଦୀ ଆକ୍ରମଣ ପଣ୍ଡ କଲା ସେନା, ଏନକାଉଣ୍ଟର ଜାରି

ନୂଆଦିଲ୍ଲୀ,୨୨ା୭: ଜମ୍ମୁ କଶ୍ମୀରର ରାଜୌରୀ ଠାରେ ସୁରକ୍ଷା ବାହିନୀ କ୍ୟାମ୍ପ ଉପରେ ବଡ଼ ଆତଙ୍କବାଦୀ ଆକ୍ରମଣକୁ ପଣ୍ଡ କରି ଦେଇଛି ସେନା। ସେବେଠାରୁ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଉଭୟ ପାର୍ଶ୍ୱରୁ ଲଗାତାର ଗୁଳି ବିନିମୟ ହେଉଛି।

ଗତ କିଛି ମାସ ମଧ୍ୟରେ ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ଘଟଣାରେ ବୃଦ୍ଧି ଘଟିଛି ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ବୋଲି ବିବେଚନା କରାଯାଉଥିଲା। ଏହି ଆକ୍ରମଣ ପଛରେ ପାକିସ୍ତାନ ହାତ ଥିବା କୁହାଯାଉଛି। ସମ୍ପୃକ୍ତ ଅଞ୍ଚଳରେ ଅନୁପ୍ରବେଶ ଘଟଣା ମଧ୍ୟ ବୃଦ୍ଧି ପାଇଛି। ତେବେ ଆତଙ୍କବାଦକୁ ଲୋପ କରିବା ପାଇଁ ବଡ଼ ଅପରେଶନ ଆରମ୍ଭ କରିଛନ୍ତି।

ଏହାରି ମଧ୍ୟରେ ଜମ୍ମୁ କଶ୍ମୀରର ଉପ ରାଜ୍ୟପାଳ ମନୋଜ ସିହ୍ନା ଏବଂ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଶନିବାର ଏକ ଉଚ୍ଚ ସ୍ତରୀୟ ମିଳିତ ସୁରକ୍ଷା ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ସୀମା ସୁରକ୍ଷା ବଳ (ବିଏସଏଫ), ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ), ଜମ୍ମୁ କଶ୍ମୀର ପୋଲିସର ମହାନିର୍ଦ୍ଦେଶକ, ଗୁପ୍ତଚର ଏଜେନ୍ସିର ମୁଖ୍ୟ ତଥା ଅନ୍ୟ ବରିଷ୍ଠ ସୁରକ୍ଷା କର୍ମୀମାନେ ଯୋଗ ଦେଇଥିଲେ।

ଏହି ସମୟରେ ଉପ ରାଜ୍ୟପାଳ କହିଥିଲେ ଯେ ଆତଙ୍କବାଦୀ ତଥା ସେମାନଙ୍କୁ ସମର୍ଥନ କରୁଥିବା ଲୋକଙ୍କୁ ହଟାଇବା ପାଇଁ ସମସ୍ତ ଏଜେନ୍ସି ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ଆତଙ୍କବାଦ ବିରୋଧୀ କାର୍ଯ୍ୟ ଆରମ୍ଭ କରିବା ଉଚିତ। ସୀମାରୁ ଅନୁପ୍ରବେଶକୁ ରୋକିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରାଯିବା ପାଇଁ ସିହ୍ନା ନିର୍ଦ୍ଦେଶ ଦେଇଛନ୍ତି।

ନିକଟରେ ଜାମ୍ମୁ ଅଞ୍ଚଳରେ ପ୍ରାୟ 50ରୁ ଉର୍ଦ୍ଧ ଆତଙ୍କବାଦୀ ସକ୍ରିୟ ଥିବା ଗୁପ୍ତଚର ଏଜେନ୍ସିର ସୂତ୍ରରୁ ସୂଚନା ମିଳିଛି। ସେମାନଙ୍କୁ ନିପାତ କରିବା ପାଇଁ ଭାରତ ସରକାର ଜମ୍ମୁକୁ 500 ପାରା କମାଣ୍ଡୋ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?