Jammu Kashmir Terror Attack: ପହଲଗାମ୍‌ ଆକ୍ରମଣ ପରେ ଆସିଲା ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲା

ଇସଲାମାବାଦ୍‌,୨୩।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମର ଏହି ଆକ୍ରମଣ ସହିତ କୌଣସି ସମ୍ପର୍କ ନାହିଁ। ଆମେ ସମସ୍ତ ପ୍ରକାରର ଆତଙ୍କବାଦକୁ ପ୍ରତ୍ୟାଖ୍ୟାନ କରୁ ବୋଲି ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ କହିଛନ୍ତି। ଖ୍ବାଜା ଆସିଫ ଅଭିଯୋଗ କରିଛନ୍ତି, ଏହି ଆକ୍ରମଣ ପଛରେ ଭାରତର ଲୋକମାନେ ଅଛନ୍ତି। ସେଠାକାର ଲୋକମାନେ ସରକାରଙ୍କ ବିରୋଧରେ ବିଦ୍ରୋହ କରିଛନ୍ତି। ସେଠାରେ, ନାଗାଲାଣ୍ଡରୁ ମଣିପୁର ଏବଂ କଶ୍ମୀର ପର୍ଯ୍ୟନ୍ତ, ଲୋକମାନେ ସରକାରଙ୍କ ବିରୋଧରେ ଅଛନ୍ତି। ଭାରତରେ ହିନ୍ଦୁତ୍ୱ ସରକାର ଲୋକଙ୍କ ଅଧିକାରକୁ ହତ୍ୟା କରୁଛି। ସେ ସେମାନଙ୍କୁ ଶୋଷଣ କରୁଛନ୍ତି। ଲୋକମାନେ ଏହା ବିରୋଧରେ ଠିଆ ହୋଇଛନ୍ତି।

ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଏକ ବିବାଦୀୟ ବୟାନ ଦେଇ କହିଛନ୍ତି, ଭାରତର ବର୍ତ୍ତମାନର ସରକାର ସେଠାରେ ରହୁଥିବା ସଂଖ୍ୟାଲଘୁଙ୍କୁ ହଇରାଣ କରୁଛନ୍ତି। ଏଥିରେ ବୌଦ୍ଧ, ଖ୍ରୀଷ୍ଟିଆନ ଏବଂ ମୁସଲମାନ ଅନ୍ତର୍ଭୁକ୍ତ। ଲୋକଙ୍କୁ ହତ୍ୟା କରାଯାଉଛି। ଏହା ବିରୋଧରେ ଲୋକମାନେ ସ୍ବର ଉତ୍ତୋଳନ କରୁଛନ୍ତି। ଏପରି ଘଟଣା ସହିତ ଆମର କୌଣସି ସମ୍ପର୍କ ନାହିଁ। ମୁଁ ଏପରି ଆକ୍ରମଣକୁ ନିନ୍ଦା କରୁଛି। ବିଶେଷକରି ସାଧାରଣ ଲୋକଙ୍କ ଉପରେ ଏପରି ଆକ୍ରମଣ କରାଯିବା ଉଚିତ୍‌ ନୁହେଁ।
ସୂଚନାଯୋଗ୍ୟ, କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri