Posted inଜାତୀୟ

ଟେରର ଫଣ୍ଡିଂ ମାମଲାରେ ଆଉ ଜଣେ ଖବରଦାତାଙ୍କୁ ଗିରଫ କଲା ଏନ୍‌ଆଇଏ

ଶ୍ରୀନଗର,୨୧।୩: ଜମ୍ମୁ-କଶ୍ମୀରରେ ଟେରର ଫଣ୍ଡିଂ ମାମଲାରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ମଙ୍ଗଳବାର ସକାଳେ ଶ୍ରୀନଗରରେ ଆଉ ଜଣେ କଶ୍ମୀରୀ ଖବରଦାତାଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଖବରଦାତା ଫ୍ରିଲାନ୍ସର୍‌ ଇରଫାନ ମେହରାଜ ବୋଲି ଜଣାପଡିଛି। ଦିଲ୍ଲୀର ଏନ୍‌ଆଇଏର ଏକ ସ୍ବତନ୍ତ୍ର ଟିମ୍‌ ଦ୍ୱାରା ମେହରାଜଙ୍କୁ ଶ୍ରୀନଗରରୁ ଗିରଫ କରାଯାଇଥିଲା। ଇରଫାନ ଶ୍ରୀନଗରର ମହଜୁର୍‌ ନଗର ଅଞ୍ଚଳର ବାସିନ୍ଦା। ଏନେଇ ଏନ୍‌ଆଇଏ ଦିଲ୍ଲୀର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାର ସୂଚନା ପାଇଥିଲେ ଯେ,ସ୍ବାସ୍ଥ୍ୟ, ଶିକ୍ଷା ପରି ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ ନାମରେ କିଛି ଏନ୍‌ଜିଓ ସର୍ବସାଧାରଣରେ ଟଙ୍କା ସଂଗ୍ରହ କରୁଛନ୍ତି। ଆଉ ଏହି ଏନ୍‌ଜିଓଗୁଡ଼ିକ ମଧ୍ୟରୁ କେତେକ ଲସ୍କର-ଇ-ତୋଏବା, ହିଜାବ-ଉଲ୍‌-ମୁଜାହିଦ୍ଦିନ ଭଳି ଆତଙ୍କବାଦୀ ସଂଗଠନ ସହିତ ଲିଙ୍କ୍‌ ରହିଛି। ଏମାନେ କଶ୍ମୀର ଘାଟିରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିବାକୁ ପାଣ୍ଠି ସଂଗ୍ରହ କରୁଛନ୍ତି ବୋଲି ଅଧିକାରୀ ଜଣକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଲଟା ସୂର୍ଯ୍ୟପରାଗ… ଆଶ୍ଚର୍ଯ୍ୟ ହୋଇଗଲେ ବୈଜ୍ଞାନିକ! କହିଲେ ଅଗଷ୍ଟ ୧୨ରେ ଭାରତରେ ଘଟିବ…

ଅଗଷ୍ଟ ୧୨ ରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଲାଗୁଛି। କିନ୍ତୁ ଆପଣ ଜାଣନ୍ତି କି ଏହି ସୂର୍ଯ୍ୟପରାଗ ଗୋଟିଏ ବ୍ୟାକୱାର୍ଡ ସୋଲାର ଏକ୍ଲିପ୍ସ (Backward Solar Eclipse) ଅର୍ଥାତ୍…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri