Posted inଜାତୀୟ

ଏସ୍‌ପିଓଙ୍କୁ ଗୁଳି ମାରିଲେ ଆତଙ୍କବାଦୀ

ଶ୍ରୀନଗର,୧୩।୫:ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ ଘଟଣା ବଢିବାରେ ଲାଗିଛି। ଗତକାଲି କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କ ହତ୍ୟା ପରେ ଆତଙ୍କବାଦୀମାନେ ଶୁକ୍ରବାର ପୋଲିସ କନଷ୍ଟେବଳ ରିୟାଜ ଅହମ୍ମଦ ଠୋକରଙ୍କୁ ଗୁଳି ଚଳାଇ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ଆତଙ୍କବାଦୀମାନେ ରିୟାଜଙ୍କ ଘରେ ଏହି ଆକ୍ରମଣ କରିଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଚିକିତ୍ସିତ ହେଉଛନ୍ତି। ପୁଲୱାମାର ଗୁଦୁରା ଅଞ୍ଚଳରେ ଏହି ଘଟଣା ଘଟିଛି।
ସୂଚନାଯୋଗ୍ୟ, ଗୁରୁବାର ଜମ୍ମୁ-କଶ୍ମୀର ବୁଡଗାମ ଜିଲାରେ କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କୁ ହତ୍ୟା କରାଯାଇଥିଲା। ଚଦୋରା ଗ୍ରାମରେ ତହସିଲ ଅଫିସ ଭିତରେ ରାହୁଲଙ୍କୁ ଗୁଳି କରାଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ରାହୁଲ ତହିସଲ ଅଫିସର ଜଣେ କର୍ମଚାରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri