Posted inଜାତୀୟ

ଜମ୍ମୁ-କଶ୍ମୀରର କିଛି ଅଞ୍ଚଳରେ ପାକିସ୍ତାନର ମୋବାଇଲ ସିଗନାଲ୍‌: ସତର୍କ କଲା ସୁରକ୍ଷା ଏଜେନ୍ସି!

ଜମ୍ମୁ,୫ ।୨: ଜମ୍ମୁ ସହର ନିକଟରେ ଥିବା କିଛି ଅଞ୍ଚଳରେ ପାକିସ୍ତାନର ମୋବାଇଲ ଟାୱାର ସିଗନାଲ ମିଳିବା ଫଳରେ ହଇଚଇ ସୃଷ୍ଟି ହୋଇଛି । ଏହାପରେ ସୁରକ୍ଷା ଏଜେନ୍ସି ପକ୍ଷରୁ ସିଗନାଲ ମିଳିଥିବା ଅଞ୍ଚଳରେ ସତର୍କ ସୂଚନା ଜାରି କରାଯାଇଛି । ଇତି ମଧ୍ୟରେ ପୋଲିସ ପହଞ୍ଚି ଖୋଳତାଡ କରିଥିଲେ ବି ପୋଲିସ ହାତରେ ସେମିତି କିଛି ତଥ୍ୟ ଲାଗିନାହିଁ । ତେବେ ସିଗନାଲ ମିଳିଥିବା ସ୍ଥାନରେ ପୋଲିସ ଓ ସୁରକ୍ଷାକର୍ମୀ ସତର୍କ ହୋଇଯାଇଛନ୍ତି । ସେହି ଅଞ୍ଚଳରେ ଥିବା ଘର ଗୁଡିକରେ ଯାଞ୍ଚ କରାଯାଇଥିଲେ ବି ସେମିତି କିଛି ସନ୍ଦିଗ୍ଧ ବସ୍ତୁ ଅବା ତଥ୍ୟ ମିଳି ନ ଥିବା ସୂଚନା ରହିଛି । ଗୁଇନ୍ଦା ସଂସ୍ଥା ଜମ୍ମୁ-କଶ୍ମୀର ପୋଲିସକୁ ଦେଇଥିବା ସୂଚନା ଅନୁଯାୟୀ, ମନତାଲାବ ଅଞ୍ଚଳରେ ପାକିସ୍ତାନର ମୋବାଇଲ ଫୋନ ଟାୱାରର ସିଗନାଲ ଆସୁଥିଲା । ହେଲେ ସମସ୍ତ ଯାଞ୍ଚ ପରେ ବି ସେମିତି କୌଣସି ସନ୍ଦିଗ୍ଧ ବସ୍ତୁ ଅବା ତଥ୍ୟ ଏପର୍ଯ୍ୟନ୍ତ ହସ୍ତଗତ ହୋଇ ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri