Posted inଜାତୀୟ

ଶ୍ରୀନଗର-ଜମ୍ମୁ ରାଜପଥରେ ଭୂସ୍ଖଳନ

ଜମ୍ମୁକଶ୍ମୀର,୨।୪: ଜମ୍ମୁ-କଶ୍ମୀରର ରାମବାନ ଜିଲାରେ ରବିବାର ଭୂସ୍ଖଳନ ଘଟିଛି। ଏଥିଯୋଗୁ ଶ୍ରୀନଗର-ଜମ୍ମୁ ରାଜପଥ ବନ୍ଦ ରହିଛି। ଫଳରେ ରାଜପଥରେ ବହୁସଂଖ୍ୟକ ଗାଡ଼ି ଅଟକି ରହିଛି। ଆବର୍ଜନା ସଫା ହେବା ପରେ ରାଜପଥ ଖୋଲାଯିବ ବୋଲି ରାମବାନ ଏସ୍‌ଏସ୍‌ପି ମୋହିତା ଶର୍ମା କହିଛନ୍ତି।

ମିଳିଥିବା ସୂଚନା ମୁତାବକ, ଗତ କିଛିଦିନ ହେବ ଉତ୍ତର ଭାରତର ଅନେକ ସ୍ଥାନରେ ବର୍ଷା ହୋଇଛି। ଏପରି କି ଜମ୍ମୁ-କଶ୍ମୀରର କେତେକ ଅଞ୍ଚଳରେ ମଧ୍ୟ ଶନିବାର ବର୍ଷା ହୋଇଥିଲା। ଏଭଳି ସ୍ଥିତିରେ ରାମବାନ ଜିଲାର ପାନ୍ଥିଆଲ ଅଞ୍ଚଳ ଶ୍ରୀନଗର-ଜମ୍ମୁ ରାଜପଥ ଟି -୫ ଟନେଲ ମୁହାଣରେ ଭୂସ୍ଖଳନ ଘଟି ପଥରଗୁଡିକ ଖସିପଡି ରାସ୍ତା ଉପରେ ପଡିଥିଲା। ଫଳରେ ରାଜପଥରେ ଯାତାୟାତ ବ୍ୟାହତ ହୋଇଛି। ଭୂସ୍ଖଳନ ସମୟରେ ଗାଡ଼ିରେ ବସିଥିବା କେତେକ ଯାତ୍ରୀ ଦୌଡି ପଲାଇଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ସୋସିଆଲ ମିଡିଆରେ ଘଟଣାର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ହଠାତ୍‌ କେତେକ କାର ୟୁ-ଟର୍ନ ନେଇ ରୁଟ୍‌ ଛାଡି ପଳାଉଥିବା ନଜର ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏପ୍ରିଲ ୩ରୁ ୬ତାରିଖ ଉକ୍ତ ଅଞ୍ଚଳରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ଏପରି କି ତୁଷାରପାତର ମଧ୍ୟ ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri