Posted inଜାତୀୟ

ଜନ ସୁରାଜ ପଦଯାତ୍ରା ଆରମ୍ଭ କଲେ ପିକେ…

ପାଟନା,୨।୧୦ : ନିର୍ବାଚନ ରଣନୀତିଜ୍ଞ ତଥା ରାଜନେତା ପ୍ରଶାନ୍ତ କିଶୋର(ପିକେ) ରବିବାରଠାରୁ ତାଙ୍କର ୩୫୦୦ କିଲୋମିଟର ଜନ ସୁରାଜ ପଦଯାତ୍ରା ଆରମ୍ଭ କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଭିତିହାୱାସ୍ଥିତ ଗାନ୍ଧୀ ଆଶ୍ରମରୁ ଠାରୁ ପଦଯାତ୍ରା ଆରମ୍ଭ କରିଛନ୍ତି।

ଜାତିର ପିତା ମହାତ୍ମା ଗାନ୍ଧୀ ୧୯୧୭ମସିହାରେ ଏଠାରୁ ତାଙ୍କର ପ୍ରଥମ ସତ୍ୟଗ୍ରହ ଆନ୍ଦୋଳନ ଆରମ୍ଭ କରିଥିଲେ। ଏହି ଯାତ୍ରାର ତିନୋଟି ମୁଖ୍ୟ ଲକ୍ଷ୍ୟ ରହିଛି, ଯେଉଁଥିରେ ତୃଣମୂଳ ସ୍ତରରେ ସଠିକ ଲୋକଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କୁ ଗଣତାନ୍ତ୍ରିକ ପ୍ଲାଟଫର୍ମକୁ ଆଣିବାକୁ ସାମିଲ କରାଯାଇଛି। ଏହି ଯାତ୍ରା ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଏବଂ ଶିଳ୍ପ ସମେତ ବିଭିନ୍ନ କ୍ଷେତ୍ରର ବିଶେଷଜ୍ଞଙ୍କ ମତାମତକୁ ଅନ୍ତର୍ଭୁକ୍ତ କରି ରାଜ୍ୟ ପାଇଁ ଏକ ଭିଜନ ପ୍ରସ୍ତୁତିର କାର୍ଯ୍ୟ କରିବ।

ପ୍ରଶାନ୍ତ କିଶୋରଙ୍କ ଏହି ଯାତ୍ରା ୧୨ ରୁ ୧୮ ମାସ ପର୍ଯ୍ୟନ୍ତ ଚାଲିବ। ରାଜନୀତି କ୍ଷେତ୍ରରେ ତାଙ୍କର ଏକ ନୂତନ ପଦକ୍ଷେପ ଗ୍ରହଣ କରିବାର ସମ୍ଭାବନା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ପ୍ରଶାନ୍ତ କିଶୋର ଜୋର ଦେଇଛନ୍ତି ଯେ ଏହି ଅଭିଯାନରେ ତାଙ୍କ ସହ ଜଡିତ ଥିବା ବ୍ୟକ୍ତିଙ୍କ ଦ୍ୱାରା ଯେକୌଣସି ରାଜନୈତିକ ନିଷ୍ପତ୍ତି ନିଆଯିବ। ମାତ୍ର ସେ କୌଣସି ନିଷ୍ପତ୍ତି ଗ୍ରହଣ କରିବେ ନାହିଁ।

ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ୨୦୧୮ରେ ଜନତା ଦଳ ୟୁନାଇଟେଡ (ଜେଡିୟୁ) ରେ ଯୋଗ ଦେଇଥିଲେ କିନ୍ତୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ସର୍ବସାଧାରଣରେ ସମାଲୋଚନା କରିଥିବାରୁ ତାଙ୍କୁ ୨୦୨୦ରେ ଦଳରୁ ବହିଷ୍କାର କରାଯାଇଥିଲା। ବିଶେଷକରି ଯେତେବେଳେ ନୀତୀଶ କୁମାର ସଂଶୋଧିତ ନାଗରିକତ୍ୱ ଆଇନକୁ ସମର୍ଥନ କରିଥିଲେ ସେତେବେଳେ ପ୍ରଶାନ୍ତ କିଶୋର ତାଙ୍କୁ ସମାଲୋଚନା କରିଥିଲେ।

ଏକ ବିବୃତ୍ତିରେ କୁହାଯାଇଛି ଯେ ପ୍ରଶାନ୍ତ କିଶୋରଙ୍କ ଯାତ୍ରା ସମୟରେ ପ୍ରତ୍ୟେକ ପଞ୍ଚାୟତ ଏବଂ ବ୍ଲକକୁ ପହଞ୍ଚିବାକୁ ଚେଷ୍ଟା କରିବେ ଏବଂ କୌଣସି ଛୁଟି ନ ନେଇ ଶେଷ ପର୍ଯ୍ୟନ୍ତ ଏହାର ଏକ ଅଂଶ ହୋଇ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?