ଖଟିଆରେ ବୁହାହେଲେ ଗର୍ଭବତୀ: ଅଧବାଟରେ ଜନ୍ମ ନେଲା ଶିଶୁପୁତ୍ର

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): ଭଗବାନ ଭରସାରେ ଜନନୀ। ୫ କି.ମି. ପାହାଡିଆ ରାସ୍ତା ଦେଇ ଖଟିଆରେ ବୁହା ହେବା ପରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି ଜଣେ ଗର୍ଭବତୀ। ଭାଗ୍ୟକୁ ମା’ ପୁଅ ସୁରକ୍ଷିତ ଥିବା ବେଳେ ଜନନୀ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପରି ଅଭବାନୀୟ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଧନସୁଲି ପଞ୍ଚାୟତ ନଳାଚୁଆଁ ଗାଁରେ। ସୋମବାର ସକାଳେ ଗାଁର ଶୁକ୍ରୀ ଯାନୀ (୩୦)ଙ୍କୁ ପ୍ରସବ ପୀଡା ହୋଇଥିଲା। ସମ୍ପର୍କୀୟମାନେ ଜନନୀ ସୁରକ୍ଷା ଗାଡିକୁ ଖବର ଦେଇଥିଲେ। ଗାଁକୁ ରାସ୍ତା ନ ଥିବାରୁ ୫ କି.ମି. ଦୂର ବାଙ୍ଗଟିସାଦ ଗାଁ ପାଖରେ ଅଟକି ରହିଥିଲା ଜନନୀ ସୁରକ୍ଷା ଗାଡି। ଶେଷରେ କୌଣସି ଉପାୟ ନ ପାଇ ସମ୍ପର୍କୀୟ ଓ ଶୁକ୍ରୀଙ୍କ ସ୍ବାମୀ ସୀତାରାମ ଖଟିଆରେ ବୋହି ତାଙ୍କୁ ଆଣୁଥିବା ବେଳେ ଅଧ ବାଟରେ ଶୁକ୍ରୀଙ୍କ ଅଧିକ ପ୍ରସବ ପୀଡା ହେବା ସହ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା।

ଖବର ପାଇ ଧନସୁଲି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନର୍ସିଂ ଅଫିସର ତୁସୁମ କୁମାର, ଏନଏମ ଚନ୍ଦ୍ରକାନ୍ତି ମାଝି ଓ ଆଶା କର୍ମୀ ତୁଳସା ନାଏକ ଘଟଣାସ୍ଥଳରେ ପହଞ୍ଚତ୍ ମା’ ପୁଅଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ତେବେ ମା’ ପୁଅ ସୁରକ୍ଷିତ ଥିବା ଜଣାପଡ଼ିଛି। ପୁଅ ଜନ୍ମ ହେବା ପରେ ଡାକ୍ତରଖାନାକୁ ଯିବାକୁ ଶୁକ୍ରୀଙ୍କ ପରିବାର ଅନିଚ୍ଛୁକ ଥିବା ବେଳେ ନର୍ସିଂ ଅଫିସର ତୁସମୀ ପ୍ରାଥମିକ ଚିକିତ୍ସା ପରେ ମା’ପୁଅଙ୍କୁ ସୁରକ୍ଷା ପାଇଁ ଡାକ୍ତରଖାନାକୁ ନେବାକୁ ବୁଝାଇଥିଲେ। ଫଳରେ ମା’ ପୁଅକୁ ଜନନୀ ସୁରକ୍ଷା ଗାଡ଼ିରେ ନେଇ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟରେ ଭର୍ତ୍ତି କରାଯାଇଛି। ଗୋଟିଏ ପଟେ ସରକାର ଜନନୀ ସୁରକ୍ଷା ତଥା ଦୁର୍ଗମ ଅଞ୍ଚଳ ଗୁଡିକ ପାଇଁ ସ୍ବତନ୍ତ୍ର ଯୋଜନା ଆରମ୍ଭ କରିଛନ୍ତି। କିନ୍ତୁ ସ୍ଥାନୀୟ ଜନପ୍ରତିନିଧି ଓ ପ୍ରଶାସନଙ୍କ ଅବହେଳା ଯୋଗୁ ସବୁ ଯୋଜନା ଓ ବ୍ୟବସ୍ଥା ବାଟବଣା ହେଉଥିବା ଅଭିଯୋଗ ହେଉଛି। ଜୟପାଟଣା ବ୍ଲକରେ ଗତ ଦିନରେ ବିଭିନ୍ନ ଅନୁଦାନରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଏହି ଅଞ୍ଚଳ ପାଇଁ ଆଖି ବନ୍ଦ କରି ଦେଇଛନ୍ତି ଜନପ୍ରତିନିଧି। ତେବେ କେବେ ଏହି ଅଞ୍ଚଳକୁ ବିକାଶ ପହଞ୍ଚିବ ଓ କେବେ ଏଠାକାର ଜନନୀ ସୁରକ୍ଷା ପାଇବେ ତାହା ହିଁ ବଡ଼ ପ୍ରଶ୍ନ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?