Posted inଜାତୀୟ

ହୋଇଗଲା ଘର ବାହୁଡା…, ଭାଜପାରେ ସାମିଲ ହେଲେ ଖଣି ବ୍ୟବସାୟୀ ଜନାର୍ଦ୍ଦନ ରେଡ୍ଡୀ

ବେଙ୍ଗାଲୁରୁ,୨୫।୩: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଖଣି ବ୍ୟବସାୟୀ ଜି ଜନାର୍ଦ୍ଦନ ରେଡ୍ଡୀ ସୋମବାର ଲୋକ ସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଗତ ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ରେଡ୍ଡୀ ଭାଜପା ସହିତ ତାଙ୍କର ଦୁଇ ଦଶନ୍ଧି ପୁରୁଣା ସଙ୍ଗଠନ ଭାଙ୍ଗି ‘କଲ୍ୟାଣ ରାଜ୍ୟ ପ୍ରଗତି ପକ୍ଷ’ (କେଆରପିପି) ଗଠନ କରିଥିଲେ। ସେ ବେଆଇନ ଖଣି ମାମଲାରେ ଅଭିଯୁକ୍ତ ଏବଂ ସେ ଗଙ୍ଗାବାଟିର ବିଧାୟକ।
ରେଡ୍ଡୀ ତାଙ୍କ କେଆରପିପିକୁ ଭାଜପା ସହିତ ମିଶ୍ରଣ କରି ତାଙ୍କ ପତ୍ନୀ ଅରୁଣା ଲକ୍ଷ୍ମୀ ଏବଂ ପରିବାରର କିଛି ସଦସ୍ୟଙ୍କ ସହ ବରିଷ୍ଠ ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପା, ପ୍ରଦେଶ ଅଧ୍ୟକ୍ଷ ବି ଓ୍ବାଇ ବିଜୟେନ୍ଦ୍ର ଏବଂ ଅନ୍ୟମାନଙ୍କ ଉପସ୍ଥିତିରେ ଯୋଗ ଦେଇଥିଲେ। ଏହି ସମୟରେ ସେ କହିଛନ୍ତି ଯେ ମୁଁ ଜାତୀୟ ସ୍ବାର୍ଥରେ ଭାଜପାରେ ଯୋଗ ଦେଇଛି ଏବଂ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମର୍ଥନ କରିଛି। ମୁଁ ମୋ ଘରକୁ ଫେରି ଆସିଛି ପାର୍ଟି ମୋତେ ଯାହା ଦାୟିତ୍ୱ ଦେବେ ମୁଁ ତାହା ପୂରଣ କରିବି। ମୁଁ ସମସ୍ତଙ୍କ ପାଇଁ ପ୍ରଚାର କରିବି ଏବଂ ନିକଟରେ ରେଡ୍ଡୀ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଥିଲେ। ତେବେ ନିକଟରେ ରାଜ୍ୟ ସଭା ନିର୍ବାଚନରେ ସେ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ କରିଥିଲେ।
ଗତ ବର୍ଷ ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ରେଡ୍ଡୀ ପ୍ରାୟ ୧୨ବର୍ଷ ଧରି ରାଜନୈତିକ ସ୍ତରରେ ନିଷ୍କ୍ରିୟ ଥିଲେ। ଏହି ସମୟ ମଧ୍ୟରେ, ୨୦୧୮ବିଧାନସଭା ନିର୍ବାଚନ ପୂର୍ବରୁ ସେ ତାଙ୍କର ଘନିଷ୍ଠ ବନ୍ଧୁ ତଥା ପୂର୍ବତନ ମନ୍ତ୍ରୀ ବି ଶ୍ରୀରାମୁଲୁଙ୍କ ପାଇଁ ମଲାକାଲମୁରୁ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର କରିଥିଲେ।
୨୦୧୮ ବିଧାନସଭା ନିର୍ବାଚନ ପୂର୍ବରୁ ତତ୍କାଳୀନ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ବେଳେ କହିଥିଲେ ଯେ ଜନାର୍ଦ୍ଦନ ରେଡ୍ଡୀଙ୍କ ସହ ଭାଜପାର କୌଣସି ସମ୍ପର୍କ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri