ଜଙ୍ଗରଡ଼ା: ବର୍ଷ ସାରା ପାଣି ଅଭାବ

ସେମିଳିଗୁଡ଼ା/ସୁନାବେଡ଼ା, ୧୨।୫(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ୍‌ ସାଡାମ ପଞ୍ଚାୟତ ଅନ୍ତର୍ଗତ ଜଙ୍ଗରଡ଼ା ଗ୍ରାମରେ ବିଭିନ୍ନ ସମସ୍ୟାରେ ଗ୍ରାମବାସୀ ଚଳୁଛନ୍ତି। ସ୍ବାଧୀନତାର ଦୀର୍ଘ ୭୫ ବର୍ଷ ପରେ ମଧ୍ୟ ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳିପାରିନାହିଁ। ସରକାରଙ୍କ ସବୁ ଯୋଜନା ଏଠାରେ ଫେଲ୍‌ ମାରିବା ପରି ମନେହୁଏ। ୧୨୦ ପରିବାରର ୫ଶହରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଥିବା ଜଙ୍ଗରଡ଼ା ଗ୍ରାମରେ ବର୍ଷ ତମାମ ପାଣି ସମସ୍ୟା ଲାଗି ରହିଛି। ଦୁଇଟି ନଳକୂଅ ଥିଲେ ମଧ୍ୟ ସେଥିରୁ ଗୋଟିଏ ଅଚଳ ଥିବାବେଳେ ଅନ୍ୟଟି ଆଂଶିକ କାମ କରୁଛି। ଅଳ୍ପ ସମୟ ଭଲ ପାଣି ବାହାରିବା ପରେ ମାଟିପାଣି ବାହାରୁଛି। ଫଳରେ ଗ୍ରାମବାସୀ ୨ କି.ମି. ଦୂରରେ ଥିବା ବଡ଼ନଦୀ ଉପରେ ପାନୀୟ ଜଳ ପାଇଁ ନିର୍ଭର କରନ୍ତି। ଗ୍ରାମରେ ଏକ ସୌରଶକ୍ତି ଚାଳିତ ମୋଟର ପମ୍ପ ବସାଯାଇଛି ସତ, ମାତ୍ର ଏହା ଟାଣଖରା ହେଲେ କାର୍ଯ୍ୟକ୍ଷମ ହୁଏ ନଚେତ୍‌ ସକାଳୁ କିମ୍ବା ମେଘୁଆ ପାଗ ହେଲେ ଚାଲେ ନାହିଁ। ଗ୍ରାମରେ ଥିବା ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୫୦ରୁ ଅଧିକ ଛାତ୍ରୀଛାତ୍ର ପାଠ ପଢ଼ନ୍ତି। ଏତେ ସଂଖ୍ୟକ ପିଲାଙ୍କ ପାଇଁ ଶ୍ରେଣୀଗୃହ ରହିଛି ମାତ୍ର ୬ଟି। ଗ୍ରାମରେ ବିଦ୍ୟୁତ୍‌ ବ୍ୟବସ୍ଥା ଥାଇ ନ ଥିବା ସହ ସମାନ। ସବୁବେଳେ ବିଦ୍ୟୁତ୍‌ କାଟ ଯୋଗୁ ଗ୍ରାମବାସୀ ଅତିଷ୍ଠ ହୋଇପଡ଼ନ୍ତି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ମଧ୍ୟ ବାଧାପ୍ରାପ୍ତ ହୋଇଥାଏ। ଗ୍ରାମର ଯୋଗ୍ୟ ହିତାଧିକାରୀଙ୍କୁ ୩ ବର୍ଷ ହେବ ଆବାସ କିମ୍ବା ବିଜୁ ପକ୍କାଘର ଯୋଜନାରେ ସାମିଲ କରାଯାଇନାହିଁ। ପ୍ରଶାସନ ପକ୍ଷରୁ ଏ ଦିଗରେ ପଦକ୍ଷେପ ନେଇ ସମସ୍ୟା ଦୂରକରିବା ଲାଗି ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri