ଡ୍ୟାନ୍ସ, ଡାଏଟ୍ ଫିଟନେସ୍‌ର ସରଳ ମନ୍ତ୍ର: ଜାହ୍ନବୀ

ମୁମ୍ବାଇ: ବଲିଉଡ୍ ଷ୍ଟାର କିଡ୍ ଜାହ୍ନବୀ କପୁର ଏବେ ବିଟାଉନରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ତିଆରି କରିଛନ୍ତି । ଏହି ନବାଗତା ନାୟିକା ପ୍ରଥମରୁ ହିଁ ଦର୍ଶକଙ୍କ ଦିଲ୍ ଜିତିବାରେ ସକ୍ଷମ ହୋଇଥିଲେ । ବଲିଉଡ୍ ନାୟିକା ଶ୍ରୀଦେବୀଙ୍କ ବଡ ଝିଅ ଜାହ୍ନବୀ ମନୋରଞ୍ଜନ ଦୁନିଆରେ ପ୍ରବେଶ କରିବା ପୂର୍ବରୁ ସାମାନ୍ୟ ମୋଟା ଥିଲେ । ହେଲେ ଏବେ ସେ ଏକଦମ୍ ଫିଟ୍ । ନିଜକୁ ଫିଟ୍ ରଖିବାକୁ ସେ ତାଙ୍କ ଡାଏଟ୍ ଉପରେ କୁଆଡେ ଖୁବ୍ ଧ୍ୟାନ ଦିଅନ୍ତି । ସକାଳ ଜଳଖିଆରେ ସେ ବ୍ରାଉନ୍ ବ୍ରେଡ୍‌, ଓଟସ୍ କିମ୍ବା ଏଗ୍ ହ୍ୱାଇଟ୍ ନେଇ ଥାଆନ୍ତି । ସେମିତି ଲଞ୍ଚରେ ସେ ଘର ତିଆରି ଖାଦ୍ୟ ପସନ୍ଦ କରନ୍ତି । ଯେମିତିକି ଭାତ, ରୁଟି ଡାଲି ତରକାରି ଇତ୍ୟାଦି । ଆଉ ଡିନର ତାଙ୍କର ଖୁବ୍ ଲାଇଟ୍ । କିଛି ପରିବା ସିଝା ନଚେତ୍ ସୁପ୍ । ଆଉ ଶୋଇବାର ୩ ଘଣ୍ଟା ପୂର୍ବରୁ ସେ ଡିନର କରନ୍ତି । ତେବେ ନିଜକୁ ଫିଟ୍ ରଖିବା ପାଇଁ ସେ ୱାର୍କ ଆଉଟ୍ କରନ୍ତି । ଅନେକ ଥର ତାଙ୍କୁ ଜିମ୍ ଗେଟ୍‌ଅପରେ ସ୍ପଟ କରାଯାଇଛି । ଯେବେବି ସେ ଜିମ୍ ନ ଯାଇ ପାରନ୍ତି ତେବେ ଶୁଇମିଂ କରିବାକୁ ପସନ୍ଦ କରନ୍ତି ଜାହ୍ନବୀ । ଆଉ ଏକ ଦିଗ ହେଲା ଡ୍ୟାନ୍ସ କରିବାକୁ ସେ ଖୁବ୍ ପସନ୍ଦ କରନ୍ତି । ଏମିତିକି ତାଙ୍କ ଭଲପାଇବାକୁ ସେ ଡ୍ୟାନ୍ସ ମାଧ୍ୟମରେ ଦେଖାଇ ସାରିଛନ୍ତି । ଜାହ୍ନବୀଙ୍କ ଫିଟନେସ୍ ରାଜ ଏହି ଡ୍ୟାନ୍ସର କିଛି ଭିଡିଓ ସେ ସୋସିଆଲ ମିଡିଆରେ ଶେୟାର କରିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?