ଜୁନିୟର ଏନଟିଆରଙ୍କ ସହ ସାଉଥ୍ ଡେବ୍ୟୁକୁ ନେଇ ମୁହଁ ଖୋଲିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ ନାୟିକା ଜାହ୍ନବୀ କପୁର ଏବେ ତାଙ୍କ ଫିଲ୍ମ ‘ଗୁଡ ଲକ ଜେରି’କୁ ନେଇ ଅଛନ୍ତି ଖୁବ୍ ଚର୍ଚ୍ଚାରେ । ଏହି ଫିଲ୍ମ ପାଇଁ ସେ ଖୁବ୍ ମେହନତ ବି କରୁଛନ୍ତି । ଏହି ଫିଲ୍ମରେ ସେ ଏକ ବିହାରି ଝିଅ ଭୂମିକାରେ ନଜର ଆସିବେ । ଏଥିପାଇଁ ସେ ଖୁବ୍ ପରିଶ୍ରମ କରିଛନ୍ତି । ଫିଲ୍ମର ପ୍ରମୋଶନ ବି ଜାହ୍ନବୀ ଖୁବ୍ କରିଛନ୍ତି । ହେଲେ ଏହାରି ଭିତରେ ଆଉ ଗୋଟିଏ କଥା ଚର୍ଚ୍ଚାକୁ ଆସିଛି । ଶୁଣିବାକୁ ମିଳିଛି କି ଜାହ୍ନବୀ ଖୁବଶୀଘ୍ର ସାଇଥ୍ ଇଣ୍ଡଷ୍ଟିରେ ଡେବ୍ୟୁ କରିବାକୁ ଯାଉଛନ୍ତି । ତାହା ପୁଣି ଜୁନିୟର ଏନଟିଆରଙ୍କ ସହ ।
ନିକଟରେ ଏକ ସାକ୍ଷାତକାରରେ ଜାହ୍ନବୀ ଏ ନେଇ ମୁହଁ ଖୋଲିଛନ୍ତି । ସେ କହିଛନ୍ତି ମୋର ଏବେ ସାଇଥ୍‌ରେ କିଛି ଫିଲ୍ମ କରିବାର ନାହିଁ । ଯଦି ଜୁନିୟର ଏନଟିଆରଙ୍କ ସହ କିଛି ଅଭିନୟ କରିବାର ସୁଯୋଗ ମିଳେ ତେବେ ମୁଁ ଏହାକୁ ମନା କରିବି ନାହିଁ । କାରଣ ସେ ହେଉଛନ୍ତି ଜଣେ ଲିଜେଣ୍ଡ । ଏହାସହ ମୁଁ ଅପେକ୍ଷା ରଖିଛି ସାଉଥ୍‌ର ନିର୍ଦ୍ଦେଶକ ମୋତେ କେବେ ଫିଲ୍ମ ଅଫର କରୁଛନ୍ତି ।
ଏହାପରେ ଦର୍ଶକେ ବିଶେଷ କରି ଜାହ୍ନବୀଙ୍କ ପ୍ରଶଂସକଙ୍କୁ ତାଙ୍କ ସାଉଥ୍ ଡେବ୍ୟୁକୁ ନେଇ ସ୍ପଷ୍ଟ ସୂଚନା ମିଳିଛି । ଏବେ ଜାହ୍ନବୀଙ୍କ ହାତରେ କୌଣସି ସାଉଥ୍ ଅଫର ନାହିଁ ବା ସେ କିଛି ସାଉଥ୍ ଫିଲ୍ମରେ କାମ କରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?