Posted inଜାତୀୟ

ଭାଜପା କ୍ଷମତାକୁ ଆସିଲେ ଦିଲ୍ଲୀରେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ର ସହ ଲଢ଼େଇ କରି ଗୋଟିଏ ଦଶନ୍ଧି ବରବାଦ କରିଦେଇଛି। ଜାତୀୟ ରାଜଧାନୀକୁ ଭବିଷ୍ୟତର ଏକ ମହାନଗର ଭାବେ ପରିବର୍ତ୍ତନ କରାଇବା ପାଇଁ ଭାଜପାକୁ ସୁଯୋଗ ଦେବାକୁ ସେ ଆହ୍ବାନ ଦେଇଛନ୍ତି। ଭାଜପା କ୍ଷମତାକୁ ଆସିଲେ ଗୋଟିଏ ହେଲେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଯୋଜନା କାର୍ଯ୍ୟକାରିତାରେ ରହିଥିବା ଦୁର୍ନୀତିର ମୂଳୋତ୍ପାଟନ ଭାଜପା ସରକାର କରିବ ବୋଲି ସେ କହିଛନ୍ତି।

ରୋହିଣୀ ଅଞ୍ଚଳରେ ଏକ ରାଲିକୁ ସମ୍ବୋଧିତ କରି ମୋଦି ଆପ୍‌ ସରକାରକୁ ବିପର୍ଯ୍ୟୟ ବୋଲି କହିବା ସହ ଏହା ଦିଲ୍ଲୀକୁ କ୍ଷତିଗ୍ରସ୍ତ କରାଇଛି। ଭାଜପା ଏଥିରେ ପରିବର୍ତ୍ତନ ଆଣିବ। ଦିଲ୍ଲୀବାସୀ ଆପଦାକୁ ଆଉ ସହିବେ ନାହିଁ। ସେମାନେ ପରିବର୍ତ୍ତନ ଆଣିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

କୋଭିଡ୍‌ ମହାମାରୀ ବେଳେ ଦିଲ୍ଲୀବାସୀ ଅକ୍ସିଜେନ୍‌ ଏବଂ ଔଷଧ ପାଇଁ ସଂଘର୍ଷ କରୁଥିବାବେଳେଆପଦା ଲୋକ (ଆପ୍‌ ନେତାମାନେ) ‘ଶୀଶ ମହଲ ନିର୍ମାଣ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେଇଥିଲେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଶୀଶ ମହଲା ନିର୍ମାଣରେ ବିପୁଳ ଅର୍ଥ ବ୍ୟୟ ହୋଇଛି। ଏହା ହେଉଛି ସେମାନଙ୍କ ଅସଲ ରୂପ। ଆପ୍‌ ନେତା ଜନସାଧାରଣଙ୍କୁ ଖାତିର କରିନାହାନ୍ତି ବୋଲି ମୋଦି କହିଛନ୍ତି। ଭାଜପା ସରକାର ଆସିଲେ କଲ୍ୟାଣକାରୀ ଯୋଜନାଗୁଡ଼ିକ ବନ୍ଦ ହୋଇଯିବ ବୋଲି ଆପ୍‌ ନେତାମାନେ ମିଥ୍ୟା ପ୍ରଚାର ଚଳାଇଛନ୍ତି। ଗୋଟିଏ ବି ଯୋଜନା ବନ୍ଦ ହେବ ନାହିଁ ବୋଲି ମୋଦି ଦିଲ୍ଲୀବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri