Posted inଜାତୀୟ

ଭାଜପା କ୍ଷମତାକୁ ଆସିଲେ ଦିଲ୍ଲୀରେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ର ସହ ଲଢ଼େଇ କରି ଗୋଟିଏ ଦଶନ୍ଧି ବରବାଦ କରିଦେଇଛି। ଜାତୀୟ ରାଜଧାନୀକୁ ଭବିଷ୍ୟତର ଏକ ମହାନଗର ଭାବେ ପରିବର୍ତ୍ତନ କରାଇବା ପାଇଁ ଭାଜପାକୁ ସୁଯୋଗ ଦେବାକୁ ସେ ଆହ୍ବାନ ଦେଇଛନ୍ତି। ଭାଜପା କ୍ଷମତାକୁ ଆସିଲେ ଗୋଟିଏ ହେଲେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଯୋଜନା କାର୍ଯ୍ୟକାରିତାରେ ରହିଥିବା ଦୁର୍ନୀତିର ମୂଳୋତ୍ପାଟନ ଭାଜପା ସରକାର କରିବ ବୋଲି ସେ କହିଛନ୍ତି।

ରୋହିଣୀ ଅଞ୍ଚଳରେ ଏକ ରାଲିକୁ ସମ୍ବୋଧିତ କରି ମୋଦି ଆପ୍‌ ସରକାରକୁ ବିପର୍ଯ୍ୟୟ ବୋଲି କହିବା ସହ ଏହା ଦିଲ୍ଲୀକୁ କ୍ଷତିଗ୍ରସ୍ତ କରାଇଛି। ଭାଜପା ଏଥିରେ ପରିବର୍ତ୍ତନ ଆଣିବ। ଦିଲ୍ଲୀବାସୀ ଆପଦାକୁ ଆଉ ସହିବେ ନାହିଁ। ସେମାନେ ପରିବର୍ତ୍ତନ ଆଣିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

କୋଭିଡ୍‌ ମହାମାରୀ ବେଳେ ଦିଲ୍ଲୀବାସୀ ଅକ୍ସିଜେନ୍‌ ଏବଂ ଔଷଧ ପାଇଁ ସଂଘର୍ଷ କରୁଥିବାବେଳେଆପଦା ଲୋକ (ଆପ୍‌ ନେତାମାନେ) ‘ଶୀଶ ମହଲ ନିର୍ମାଣ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେଇଥିଲେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଶୀଶ ମହଲା ନିର୍ମାଣରେ ବିପୁଳ ଅର୍ଥ ବ୍ୟୟ ହୋଇଛି। ଏହା ହେଉଛି ସେମାନଙ୍କ ଅସଲ ରୂପ। ଆପ୍‌ ନେତା ଜନସାଧାରଣଙ୍କୁ ଖାତିର କରିନାହାନ୍ତି ବୋଲି ମୋଦି କହିଛନ୍ତି। ଭାଜପା ସରକାର ଆସିଲେ କଲ୍ୟାଣକାରୀ ଯୋଜନାଗୁଡ଼ିକ ବନ୍ଦ ହୋଇଯିବ ବୋଲି ଆପ୍‌ ନେତାମାନେ ମିଥ୍ୟା ପ୍ରଚାର ଚଳାଇଛନ୍ତି। ଗୋଟିଏ ବି ଯୋଜନା ବନ୍ଦ ହେବ ନାହିଁ ବୋଲି ମୋଦି ଦିଲ୍ଲୀବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?