୫-ଟି ରୂପାନ୍ତରଣରେ ଝଲସିଲା ଜଙ୍କିଆ ଭଗବତ ଦେବ ବିଦ୍ୟାପୀଠ

ନିରାକାରପୁର,୬ା୫(ଡି.ଏନ୍‌.ଏ.): ଶନିବାର ଓଡ଼ିଶାରେ ୩୨୩ଟି ହାଇସ୍କୁଲର ୫-ଟି ରୂପାନ୍ତରଣରେ ସାମିଲ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର ୬୨ଟି ସ୍କୁଲ ଏହି ଯୋଜନାରେ ସାମିଲ ହୋଇ ଉଦ୍‌ଘାଟିତ ହୋଇଛି। ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଜଙ୍କିଆ ପଞ୍ଚାୟତ ଭଗବତ ଦେବ ବିଦ୍ୟାପୀଠ ମଧ୍ୟ ଆଜି ଉଦଘାଟିତ ହୋଇଥିବା ବେଳେ ଛାତ୍ରୀଛାତ୍ର ଉଦ୍‌ଘାଟନର ସିଧା ପ୍ରସାରଣ ଦେଖିଥିଲେ। ଏହି ଅବସରରେ ଜଙ୍କିିଆ ହାଇସ୍କୁଲରେ ଏକ ସ୍ବତନ୍ତ୍ର ଉତ୍ସବର ଆୟୋଜନ ହୋଇଥିଲା। ଅନୁଷ୍ଠିତ ସଭାରେ ପ୍ରଧାନଶିକ୍ଷୟିତ୍ରୀ ସୁପ୍ରଭା ପଟ୍ଟନାୟକ ସଭାପତିତ୍ୱ କରିଥିଲେ। ଅତିଥି ଭାବେ ଖୋର୍ଦ୍ଧା ବ୍ଲକ ଉପାଧ୍ୟକ୍ଷ ପ୍ରକାଶ କୁମାର ସାମନ୍ତରାୟ,ସ୍କୁଲ କମିଟି ସଭାପତି ନରେନ୍ଦ୍ର କୁମାର ରାଉତରାୟ, ମୋ’ ସ୍କୁଲ ସଭାପତି ବିଶ୍ବଭୂଷଣ ଛୋଟରାୟ, ସରପଞ୍ଚ ପଙ୍କୋଜିନୀ ବଳବନ୍ତରାୟ, ସମିତିସଭ୍ୟ ଈଶ୍ୱର ଚନ୍ଦ୍ର ମାର୍ଥା, ଶିକ୍ଷାବିତ୍‌ କେଳୁ ଚରଣ ମହାରଣା, ସୁରେନ୍ଦ୍ରନାଥ ଜେନା,ପୂର୍ବତନ ପ୍ରଧାନ ଶିକ୍ଷକ ବସନ୍ତ କୁମାର ସ୍ବାଇଁ , ପୂର୍ବତନ ସମିତି ସଭ୍ୟ କୃଷ୍ଣଚନ୍ଦ୍ର ନରେନ୍ଦ୍ର, ଦାଶରଥି ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ କମଳେଶ ମହାରଣା ପରିଚାଳନା କରିଥିଲେ। ଛାତ୍ରୀଛାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ମନ୍ମଥ ନାୟକ, ଶିକ୍ଷୟିତ୍ରୀ ସଂଯୁକ୍ତା ଚମ୍ପତିରାୟ, ଜ୍ୟୋତ୍ସ୍ନାରାଣୀ ମିଶ୍ର, ଉମାରଣୀ ପଣ୍ଡା, ଶର୍ମିଲା ବିଶ୍ୱାଳ, ସୁମିତ୍ରା ରାଉତରାୟ, ସୁଲୋଚନା ଦାସ, ଶ୍ରଦ୍ଧାଞ୍ଜଳି ବଳବନ୍ତରାୟ, ନିରୂପମା ପାଲଟାସିଂହ, ସ୍ବାଗତିକା ସାହୁ, ଅନସୂୟା କଅଁର, ଶୁଭଲକ୍ଷ୍ମୀ ରାଉତରାୟ ଓ ପରମା ରଇତ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri