ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା ପାଇଁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଏହି ଅବସରରେ ସାରା ଦେଶର ମନ୍ଦିରଗୁଡ଼ିକରେ ଏକ ସୱତନ୍ତ୍ର ରୌନକ ଦେଖିବାକୁ ମିଳିଥାଏ।

ଧାର୍ମିକ ବିଶ୍ୱାସ ଅନୁସାରେ, ଏହି ବ୍ରତକୁ ବିଧିପୂର୍ୱକ ପାଳନ କଲେ ଭଗବାନ ଶ୍ରୀକୃଷ୍ଣଙ୍କ କୃପାରୁ ଜୀବନରେ ସୁଖ-ଶାନ୍ତି ବଜାୟ ରହେ ଏବଂ ଶୁଭ ଫଳ ପ୍ରାପ୍ତ ହୋଇଥାଏ। ବ୍ରତର ସମ୍ପୂର୍ଣ୍ଣ ଫଳ ସେତେବେଳେ ମିଳିଥାଏ, ଯେତେବେଳେ ଏହାକୁ ସଠିକ ନିୟମାନୁସାରେ ପାଳନ କରାଯାଏ। ଶାସ୍ତ୍ରରେ ଏହି ବ୍ରତ ପାଳନର ନିୟମାବଳୀ ସମ୍ପର୍କରେ ଉଲ୍ଲେଖ ରହିଛି। ବିଶ୍ୱାସ ରହିଛି ଯେ କିଛି ର୍ନିଦ୍ଦିଷ୍ଟ ଲୋକଙ୍କୁ ଜନ୍ମାଷ୍ଟମୀ ବ୍ରତ ରଖିବା ଉଚିତ ନୁହେଁ। ତେବେ ଆସନ୍ତୁ ଜାଣିବା, କେଉଁମାନେ ଭୁଲରେ ମଧ୍ୟ ଜନ୍ମାଷ୍ଟମୀ ବ୍ରତ ପାଳନ କରିବା ଅନୁଚିତ।

କେଉଁ ଲୋକମାନେ ଜନ୍ମାଷ୍ଟମୀ ବ୍ରତ ପାଳନ କରିବା ଉଚିତ ନୁହେଁ?
ବୟସ୍କ ବ୍ୟକ୍ତି: ବୟସାଧିକ ତଥା ବୃଦ୍ଧ ଲୋକମାନେ ଜନ୍ମାଷ୍ଟମୀ ବ୍ରତ ପାଳନ କରିବା ଅନୁଚିତ, କାରଣ ସେମାନଙ୍କର ଶାରୀରିକ ସ୍ଥିତି ଦୁର୍ୱଳ ଥାଇପାରେ। ଏପରି ସ୍ଥିତିରେ ଉପବାସ ରହିଲେ ସୱାସ୍ଥ୍ୟ ଉପରେ ଖରାପ ପ୍ରଭାବ ପଡ଼ିପାରେ।

ଗର୍ଭବତୀ ମହିଳା: ଏହା ବ୍ୟତୀତ ଗର୍ଭବତୀ ମହିଳାମାନଙ୍କୁ ମଧ୍ୟ ଜନ୍ମାଷ୍ଟମୀ ବ୍ରତ ନ ରଖିବାକୁ ପରାମର୍ଶ ଦିଆଯାଏ। ଯଦି କୌଣସି ଗର୍ଭବତୀ ମହିଳା ଏହି ବ୍ରତ ପାଳନ୍ତି, ତେବେ ଏହା ତାଙ୍କ ସୱାସ୍ଥ୍ୟ ଏବଂ ଗର୍ଭସ୍ଥ ଶିଶୁ ପାଇଁ କ୍ଷତିକାରକ ହୋଇପାରେ। ଏପରି ପରିସ୍ଥିତିରେ ଆପଣ ବ୍ରତ ନ ରଖି କେବଳ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜାର୍ଚ୍ଚନା କରିପାରିବେ।

ଗମ୍ଭୀର ରୋଗରେ ପୀଡ଼ିତ ବ୍ୟକ୍ତି: ଯେଉଁମାନେ କୌଣସି ଗମ୍ଭୀର ରୋଗର ଶିକାର ହୋଇଛନ୍ତି, ସେମାନେ ମଧ୍ୟ ଜନ୍ମାଷ୍ଟମୀ ବ୍ରତ ରଖିବା ଅନୁଚିତ୍। ଏହି ଅବସ୍ଥାରେ ଉପବାସ କଲେ ସୱାସ୍ଥ୍ୟ ଅବସ୍ଥା ବିଗିଡ଼ିପାରେ ଏବଂ ଆପଣ ବଡ଼ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?