ଜନ୍ମାଷ୍ଟମୀ ନୀତି ସମୟରେ ବନ୍ଦ ରହିବ ଦର୍ଶନ

ପୁରୀ,୨୫ା୮(ଅଜିତ୍‌ କୁମାର ମହାନ୍ତି): ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ସୋମବାର ଶ୍ରୀମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଯେଉଟ ଭୋଗ ଲାଗିହେବା ସହ ଗର୍ଭଉଦକ ବନ୍ଦାପନା ନୀତି ସମ୍ପନ୍ନ କରାଯାଇଛି। ଏହି ଅବସରରେ ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା।

ସନ୍ଧ୍ୟାଧୂପ ପୂଜା ପରେ ଭିତରେ ପାଣି ପଡ଼ି ଧୋପଖାଳ ହୋଇ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଟେରା ବନ୍ଧାଯିବା ପରେ ଯେଉଟ ଭୋଗ (ଶାଗ, ତରକାରି, ପିଠା, ଝିଲି, ଓରିଆ, ଖିରି ଆଦି) ରୋଷରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା। ପରେ ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ। ୩ଜଣ ପୂଜାପଣ୍ଡା ସାମନ୍ତ ପଞ୍ଚପୋଚାରରେ ପୂଜା କରିବା ସହ ଭୋଗ ଲାଗି କରିଥିଲେ। ଧୋପପଖାଳ ପରେ ତିନିବାଡ଼ରେ ପାଳିଆ ପୁଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ବନ୍ଦାପନା କରିଥିଲେ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା। ଏହି ବନ୍ଦାପନାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଏହାପରେ ଶ୍ରମନ୍ଦିରରେ ଅନ୍ୟାନ୍ୟ ନୀତି ବଢିଥିଲା। ଯେଉଟ ଭୋଗ ସମ୍ପର୍କରେ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକଙ୍କ ମତ ଅନୁଯାୟୀ ଗର୍ଭବତୀ ନାରୀମାନେ ସୁଖଦ ପ୍ରସବ ଲାଗି ଯେଉଟ ଫଳ ଖାଇଥାନ୍ତି।

ଜନ୍ମାଷ୍ଟମୀ ପୂର୍ବଦିନ ଶ୍ରୀଜଗନ୍ନାଥ ଦେବକୀ ରୂପ ଧାରଣ କରି ଯେଉଟ଼ ଭୋଗ ଖାଇଥିଲେ। ତାଙ୍କ ଗର୍ଭରେ ଶ୍ରୀକୃଷ୍ଣ ରହିଥିବାରୁ ତାଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା କରାଯାଏ। ଲୀଳାମୟ ଠାକୁରଙ୍କର ଏହା ଏକ ଅଲୌକିକ ଲୀଳା। ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତେଣୁ ତାଙ୍କଠାରୁ ଶ୍ରୀକୃଷ୍ଣ ସୃଷ୍ଟି ହୋଇଥିଲେ। ସୋମବାର ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ପରେ ଜନ୍ମାଷ୍ଟମୀ ନୀତି ହେବ। ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri