ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଛି। ଏହି ଅବସରରେ ଶିଶୁମାନଙ୍କ ମଧ୍ୟରେ ରାଧାକୃଷ୍ଣ ବେଶ ପ୍ରତିଯୋଗିତା, ମାତୃ ସମ୍ମିଳନୀ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ମୁଖ୍ୟବକ୍ତା ଭାଗବତ ଭାସ୍କର ଜଗନ୍ନାଥ ପଣ୍ଡା ଯୋଗଦେଇ ଶ୍ରୀକୃଷ୍ଣଙ୍କ ଧରାବତରଣର ଲକ୍ଷ୍ୟ ଓ ମହତ୍ତ୍ୱ ସମ୍ପର୍କରେ ମାର୍ଗଦର୍ଶନ ଦେଇଥିଲେ। ମୁଖ୍ୟ ଅତିଥି ଆଦାନୀ ଫାଉଣ୍ଡେଶନର ଜନମଙ୍ଗଳ ଅଧିକାରୀ ଦେବଦତ୍ତ ମିଶ୍ର ଶ୍ରୀକୃଷ୍ଣଙ୍କ ମହାତ୍ମ୍ୟ ଉପରେ ଆଲୋକପାତ କରିଥିଲେ। ସଭାପତି ପଦ୍ମଚରଣ ସାହୁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ପ୍ରଧାନାଚାର୍ଯ୍ୟ ସୁରେଶ କୁମାର ଆଚାରୀ ସ୍ୱାଗତ ଭାଷଣ ଦେଇଥିଲେ।

ଏହି ଅବସରରେ ଛୋଟ ଛୋଟ ଶିଶୁମାନେ ରାଧା ଓ କୃଷ୍ଣ ବେଶରେ ସଜ୍ଜିତ ହୋଇ ବରିଷ୍ଠ ଆଚାର୍ଯ୍ୟା ସୁଶୀଳା ଗୁରୁମାଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ଦର୍ଶନ କରିଥିଲେ। ଶିଶୁମାନଙ୍କ ଦ୍ୱାରା ପ୍ରସ୍ତୁତ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଚିତ୍ରରେ ବିଦ୍ୟାଳୟ ପରିସର ସଜ୍ଜିତ ହୋଇଥିଲା। ଆଲୋକମାଳା, ଫୁଲ ଓ ତୋରଣରେ ବିଦ୍ୟାଳୟ ପରିସର ଆକର୍ଷଣୀୟ ହୋଇଥିଲା।

ଶେଷରେ ଶିଶୁମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ମାତୃଭାରତୀର ସଦସ୍ୟାମାନଙ୍କ ଉପସ୍ଥିତିରେ ଉତ୍ସବ ଅଧିକ ଉତ୍ସାହମୟ ହୋଇଉଠିଥିଲା। ସଂସ୍କୃତ ଆଚାର୍ଯ୍ୟ ଶ୍ରୀକାନ୍ତ ମହାପାତ୍ର ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଗୁରୁଜୀ, ଗୁରୁମା, ମଉସା ଓ ମାଉସୀମାନେ କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri