ଭାଇରାଲ ହେଉଛି ସୋନାଲଙ୍କ ବିକିନି ପିକ୍‌

ମୁମ୍ବାଇ: ଏବେ ଦେଖାଯାଇଛି ବଲିଉଡ୍ ନାୟିକାମାନେ ସୋସିଆଲ ମିଡିଆ ଜରିଆରେ ପ୍ରଶଂସକଙ୍କ ସହ ଅଧିକ ସମୟ ଯୋଡି ହୋଇ ରହୁଛନ୍ତି । ନିଜର ଗ୍ଲାମରସ୍ ଫଟୋ ଶେୟାର କରି ପ୍ରଶଂସକଙ୍କ ଦିଲ୍ ଖୁସ୍ କରି ଦେଉଛନ୍ତି । ଏବେ କେତେଜଣ ନାୟିକାଙ୍କ ବିକିନି ଫଟୋ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି । ଦିଶା ପାଟନି, ଅନନ୍ୟା ପାଣ୍ଡେ, ଅବିକା ଗୌର, ମଲାଇକା ଆରୋରାଙ୍କ ପରେ ଏବେ ସାମ୍ନାକୁ ଆସିଛି ଜନ୍ନତ ଗର୍ଲ ସୋନାଲ ଚୌହାନଙ୍କ ବିକିନି ଫଟୋ । ଯାହା ଏବେ ଭାଇରାଲ ହେବାରେ ଲାଗିଛି । ସୋନାଲ ଏବେ ଗୋଆରେ ଛୁଟି କାଟୁଛନ୍ତି । ଆଉ ସେହିଠାରେ ବିଚ୍‌ରେ ହିଁ ସେ ଯେଉଁ ଫଟୋ ଶୁଟ୍ କରିଛନ୍ତି ତାହା ତାଙ୍କ ପ୍ରଶଂସକଙ୍କୁ ଦିୱାନା କରିଛି । ଜନ୍ନତ ଫିଲ୍ମରେ ଇମରାନ ହାସମିଙ୍କ ସହ ରୋମାନ୍ସ କରିବା ପରେ ବେଶ କିଛିଦିନ ହେବ ବଡ ପରଦାରୁ ଦୂରରେ ଥିଲେ ସୋନାଲ । ହେଲେ ସୋସିଆଲ ମିଡିଆରେ ସେ ଖୁବ୍ ଆକ୍ଟିଭ । ପିଙ୍କ ଓ ହ୍ୱାଇଟ କଲର ବିକିନିରେ ସେ ମନ କିଣିଛନ୍ତି ଦର୍ଶକଙ୍କର । ତାଙ୍କର ଏହି ବୋଲ୍ଡ ଅନ୍ଦାଜକୁ ଦେଖି ପ୍ରଶଂସକ ବି ବହୁ କମେଣ୍ଟ ଦେଇ ଚାଲିଛନ୍ତି । ମଡେଲିଂରୁ କ୍ୟାରିୟର ଆରମ୍ଭ କରିଥିବା ସୋନାଲ ଏପର୍ଯ୍ୟନ୍ତ ବଡ ପରଦାରେ ସେତେ ସଫଳ ହୋଇ ନ ଥିଲେ ବି ସୋସିଆଲ ମିଡିଆ ମାଧ୍ୟମରେ ସେ ସବୁବେଳେ ତାଙ୍କ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?