ଜନତା ବିନା ଜାନୁୟାରୀ ୨୬

ଢେଙ୍କାନାଳ ଅଫିସ, ୧୩।୧: ଢେଙ୍କାନାଳ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ (ଜାନୁୟାରୀ ୨୬) ବିନା ଜନତାରେ ପାଳନ ହେବ। ପରେଡ୍‌ରେ କେବଳ ପୋଲିସ ବାହିନୀ, ଓଏସ୍‌ଏପି ପ୍ରଥମ ବାଟାଲିୟନ ଏବଂ ପୋଲିସ ବ୍ୟାଣ୍ଡ ଦଳ ସାମିଲ ହେବେ। ଏହି ଉପଲକ୍ଷେ ଛାତ୍ରୀଛାତ୍ରଙ୍କୁ ନେଇ ଆୟୋଜିତ ପ୍ରବନ୍ଧ, କୁଇଜ୍‌ ପ୍ରତିଯୋଗିତା ଭର୍ଚୁଆଲ ମୋଡ୍‌ରେ କରାଯିବ। କରୋନା ସଂକ୍ରମଣ ବୃଦ୍ଧି ପାଇଁ ଜାତୀୟ ଦିବସକୁ କାଣ୍ଟଛାଣ୍ଟରେ ନିରାଡମ୍ବରରେ ପାଳନ କରାଯିବ। ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ସମ୍ପ୍ରତି କରୋନାର ଦ୍ରୁତ ସଂକ୍ରମଣ ଦୃଷ୍ଟିରୁ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି। ତେଣୁ ଜିଲାସ୍ତରୀୟ ଜନସାଧାରଣଙ୍କ ସମାଗମ ଏବଂ ଛାତ୍ରୀଛାତ୍ରଙ୍କ ଯୋଗଦାନକୁ ବାରଣ କରାଯାଇଛି। ଜାତୀୟ ଦିବସ ପାଳନ ଅବସରରେ ପ୍ରତ୍ୟୁଷରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ରରେ ରାମଧୂନ ପରିବେଷଣ କରାଯିବ। ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଶିଳ୍ପାନୁଷ୍ଠାନରେ ସାଢ଼େ ୭ଟାରେ ସୀମିତ ସଂଖ୍ୟକ କର୍ମଚାରୀଙ୍କୁ ନେଇ ଜାତୀୟ ପତାକା ଉତ୍ତୋଳନ କରାଯିବ। ୮ଟାରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିର ମାଲ୍ୟାର୍ପଣ ହେବ। ସାଢେ ୮ଟାରେ ସ୍ଥାନୀୟ ଷ୍ଟାଡିୟମରେ ଆୟୋଜିତ ପରେଡ୍‌ରେ ମୁଖ୍ୟ ଅତିଥି ତ୍ରିରଙ୍ଗା ପତାକା ଉତ୍ତୋଳନ କରିବା ସହିତ ପରେଡରେ ଅଭିବାଦନ ଗ୍ରହଣ କରିବେ। ଜାନୁୟାରୀ ୨୫ ଏବଂ ୨୬ରେ ସମସ୍ତ କାର୍ଯ୍ୟାଳୟ, ଶିଳ୍ପାନୁଷ୍ଠାନକୁ ସଙ୍ଗିନ ଆଲୋକମାଳାରେ ସଜ୍ଜିତ କରିବାକୁ ଜିଲାପାଳ ସରୋଜ କୁମାର ସେଠୀ ନିବେଦନ କରିଛନ୍ତି। ଦିବସ ପାଳନ ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ନେଇ ଦୁଇ ପର୍ଯ୍ୟାୟରେ ପ୍ରବନ୍ଧ ଏବଂ କୁଇଜ୍‌ ପ୍ରତିଯୋଗିତା ଆୟୋଜିତ ହେବ। ଜିଲା ଶିକ୍ଷାଧିକାରୀ ଏହାର ପରିଚାଳନା ଦାୟିତ୍ୱରେ ରହିବେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାରଦା ପ୍ରସାଦ ମହାନ୍ତି, ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ଜିଲା ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଗୋଇନ୍ଦା ଡିଏସ୍‌ପି ଅରୁଣ ସାହୁ, ଏସ୍‌ଡିପିଓ ବିକାଶ ବେଉରା, ରିଜର୍ଭ ଇନ୍ସପେକ୍ଟର କବିରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri