ବଜେଟ ପୂର୍ବରୁ ଭରିଗଲା ସରକାରଙ୍କ ଭଣ୍ଡାର: ଜାନୁଆରୀରେ ଏତିକି କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୨: ଦେଶର ଅର୍ଥନୀତି ପାଇଁ ଏକ ଭଲ ଖବର ସାମ୍ନାକୁ ଆସିଛି। ଚଳିତ ବର୍ଷ ଜାନୁଆରୀ ମାସରେ ମୋଟ ଦ୍ରବ୍ୟ ଓ ସେବା କର (GST) ସଂଗ୍ରହ ୧.୯୩ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ଯାହା ଗତ ବର୍ଷ ତୁଳନାରେ ୬.୨ ପ୍ରତିଶତ ଅଧିକ। ମୁଖ୍ୟତଃ ଆମଦାନୀ ଶୁଳ୍କରେ ବୃଦ୍ଧି ଯୋଗୁଁ ଏହି ସଫଳତା ମିଳିଥିବା ଜଣାପଡ଼ିଛି।

ଜାନୁଆରୀ ମାସର GST ରିପୋର୍ଟ ଅନୁଯାୟୀ, ଘରୋଇ କାରବାର ଅପେକ୍ଷା ଆମଦାନୀ କ୍ଷେତ୍ରରୁ ଅଧିକ ରାଜସ୍ୱ ଆସିଛି। ଗତ ମାସରେ ରିଫଣ୍ଡ ପରିମାଣ ୩.୧ ପ୍ରତିଶତ ହ୍ରାସ ପାଇ ୨୨,୬୬୫ କୋଟି ଟଙ୍କା ରହିଥିବା ବେଳେ, ନିଟ୍ ଜିଏସଟି ସଂଗ୍ରହ ୭.୬ ପ୍ରତିଶତ ବୃଦ୍ଧି ସହ ୧.୭୧ ଲକ୍ଷ କୋଟି ଟଙ୍କା ରହିଛି।

ଆମଦାନୀ ଜନିତ ଟିକସ ସଂଗ୍ରହରେ ୧୦.୧ ପ୍ରତିଶତର ବଡ଼ ଧରଣର ବୃଦ୍ଧି ଘଟିଥିବା ବେଳେ ଘରୋଇ କାରବାରରୁ ସଂଗୃହିତ ଟିକସରେ ୪.୮ ପ୍ରତିଶତ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି।

ତେବେ ସେସ୍ ସଂଗ୍ରହରେ ବଡ଼ ଧରଣର ହ୍ରାସ ଘଟି ଏହା ୫,୭୬୮ କୋଟି ଟଙ୍କାରେ ସୀମିତ ରହିଛି। ଯାହା ଗତ ବର୍ଷ ସମାନ ଅବଧିରେ ୧୩,୦୦୯ କୋଟି ଟଙ୍କା ଥିଲା।

୨୦୨୫ ସେପ୍ଟେମ୍ବରରୁ ପ୍ରାୟ ୩୭୫ଟି ସାମଗ୍ରୀ ଉପରେ ଜିଏସଟି ହାର ହ୍ରାସ ପାଇବା ଏବଂ କେବଳ ତମ୍ବାଖୁ ଜାତୀୟ ଦ୍ରବ୍ୟ ଉପରେ ସେସ୍ ସୀମିତ ରହିବା ଯୋଗୁଁ ଏହି ପରିବର୍ତ୍ତନ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ୭ଟି ହାଇ-ସ୍ପିଡ୍ ରେଳ କରିଡର ଘୋଷଣା, ଉପକୃତ ହେବେ ଓଡିଶା ସମେତ ଏସବୁ ରାଜ୍ୟ

ନୂଆଦିଲ୍ଲୀ,୧।୨: ଭାରତର ପ୍ରମୁଖ ଆର୍ଥିକ ଓ ବାଣିଜ୍ୟିକ ସହରଗୁଡ଼ିକୁ ଯୋଡିବା ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏସଓ ସହରକୁ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ…

Budget 2026: ବଜେଟରେ ବଡ଼ ଘୋଷଣା କଲେ ନିର୍ମଳା ସୀତାରାମନ୍‌, କ୍ୟାନସର-ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୨: ସଂସଦ ଆରମ୍ଭ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ତାଙ୍କର ଲଗାତାର ନବମ ବଜେଟ। ବଜେଟର ଏକ କପି…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ଯେବେ ପାକିସ୍ତାନ ପିଏମ ଆଗତ କରିଥିଲେ ଭାରତର ବଜେଟ, ଦେଶରେ ପଡିଥିଲା ଚହଳ!

ନୂଆଦିଲ୍ଲୀ,୧।୨: ଭାରତୀୟ ଇତିହାସର ଏକ ଆକର୍ଷଣୀୟ ଘଟଣା ଯାହା ପ୍ରଥମ ଥର ପାଇଁ ଶୁଣିଲେ ଯେକୌଣସି ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟ କରିପାରେ। ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାରତର ବଜେଟ ଉପସ୍ଥାପନ…

Budget 2026: ଅର୍ଥମନ୍ତ୍ରୀଙ୍କ ‘କର୍ତ୍ତବ୍ୟ ମନ୍ତ୍ର’; ଫୋକସରେ ଗରିବ, ଅବହେଳିତ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। କର୍ତ୍ତବ୍ୟ ଭବନରେ ପ୍ରସ୍ତୁତ ଏହି ପ୍ରଥମ ବଜେଟରେ ସରକାର ଗରିବ,…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

Union Budget 2026-27: ଲୋକ ସଭାରେ ବଜେଟ ଭାଷଣ ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରୁଛନ୍ତି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ ନୂତନ…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri