ଆସିଲା ଜାନୁଆରୀ ଗାଇଡ୍‌ଲାଇନ୍‌: ଖୋଲିବ ସିନେମା ହଲ୍‌, ଥିଏଟର

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-କୋଭିଡ୍‌-୧୯ କଟକଣା ଜାରି ହେବା ପରଠାରୁ ଦୀର୍ଘ ୧୦ ମାସ ହେବ ସିନେମା ହଲ୍‌, ଥିଏଟର ଆଦି ବନ୍ଦ ରହିଥିଲା। ତେବେ ୨୦୨୧ ଜାନୁୟାରୀ ପହିଲାରୁ ଏସବୁ ଖୋଲିବାକୁ ଅନୁମତି ଦିଆଯାଇଛି। ବୁଧବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ଜାନୁୟାରୀ ପାଇଁ ଗାଇଡ୍‌ଲାଇନ ଜାରି କରାଯାଇଛି। ଜାନୁୟାରୀ ପହିଲାରୁ ସିନେମା ହଲ୍‌, ଥିଏଟରଗୁଡ଼ିକ ସମୁଦାୟ ବସିବା ସିଟ୍‌ର ୫୦ ପ୍ରତିଶତରେ ଖୋଲିବ। ତେବେ ଯାତ୍ରା ପାଇଁ ସ୍ଥାନୀୟ ପ୍ରଶାସନିକ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ନେବାକୁ ହେବ। ଏଥିସହିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍‌ଓପି)କୁ ଅନୁସରଣ କରିବାକୁ ହେବ। ଥର୍ମାଲ ସ୍କାନିଂ, ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ ଜାନୁୟାରୀରେ ସ୍କୁଲ ଖୋଲିବା ନେଇ ସରକାର କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ନବମରୁ ଦ୍ୱାଦଶ ଶ୍ରେଣୀ ଯାଏ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ଉପରେ ନ୍ୟସ୍ତ କରାଯାଇଛି। ବିଭିନ୍ନ ଷ୍ଟେକ୍‌ ହୋଲ୍‌ଡରଙ୍କ ସହ ଆଲୋଚନା କରିବା ସହ ଏନେଇ ଆବଶ୍ୟକ ଗାଇଡ୍‌ଲାଇନ ଜାରି କରି ସ୍କୁଲ ଖୋଲିବାକୁ କୁହାଯାଇଛି। ସେହିପରି କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଉଚ୍ଚଶିକ୍ଷା ବିଭାଗ ଉପରେ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ବିଭିନ୍ନ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ନିଷ୍ପତ୍ତି ନେବ। ପରୀକ୍ଷା ପରିଚାଳନା, ଖାତାଦେଖା, ଅନ୍‌ଲାଇନ ଶିକ୍ଷାଦାନ, ଦୂରଶିକ୍ଷା ଆଦି ପୂର୍ବଭଳି ଜାରି ରହିବ। ସ୍କୁଲ, କଲେଜ ଶିକ୍ଷକମାନେ ଅନ୍‌ଲାଇନ ଜରିଆରେ ଶିକ୍ଷାଦାନ ଜାରି ରଖିବାକୁ କୁହାଯାଇଛି। ବିଜ୍ଞାନ ଓ ବୈଷୟିକ ବିଭାଗର ସମସ୍ତ ପିଏଚ.ଡି. ଏବଂ ପୋଷ୍ଟ ଗ୍ରାଜୁଏଟ ଛାତ୍ରୀଛାତ୍ରଙ୍କୁ ଗବେଷଣା ପାଇଁ ଉଚ୍ଚଶିକ୍ଷା ବିଭାଗ ଅନୁମତି ଦେଇ ପାରିବ। ଆସନ୍ତା ଜାନୁୟାରୀ ୩୧ ଯାଏ ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ପିଲାମାନଙ୍କୁ ଖାଦ୍ୟସାମଗ୍ରୀ ପୂର୍ବଭଳି ସେମାନଙ୍କ ଘରେ ଯୋଗାଇ ଦିଆଯିବ। ବିବାହ ପାଇଁ ସର୍ବାଧିକ ୨୦୦ ଏବଂ ଶୁଦ୍ଧିକ୍ରିୟା ଲାଗି ୧୦୦ ଜଣଙ୍କୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri