ଉତ୍ତର କୋରିଆ କ୍ଷେପଣାସ୍ତ୍ରକୁ ନଷ୍ଟ କରିବାକୁ ଘୋଷଣା କଲା ଜାପାନ…

ଟୋକିଓ,୧୨।୬ : ଉତ୍ତର କୋରିଆର କ୍ଷେପଣାସ୍ତ୍ରକୁ ଧ୍ୱଂସ କରିବାକୁ ଜାପାନ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏକ ନିର୍ଦ୍ଦେଶ ଜାରି କରିଛି। ଏହି ଆଦେଶରେ କୁହାଯାଇଛି ଜାପାନ ପାଇଁ ବିପଦ ସୃଷ୍ଟି କରୁଥିବା ଯେକୌ ଣସି ଉତ୍ତର କୋରିଆ କ୍ଷେପଣାସ୍ତ୍ରକୁ ନଷ୍ଟକରାଯିବ। ଜାପାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି , ୨୯ ମେ ୨୦୨୩ ରେ ଦିଆଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରଗୁଡିକୁ ଧ୍ୱଂସ କରିବା ପାଇଁ ପଦକ୍ଷେପ ଆରମ୍ଭ କରିବା ଆଦେଶକୁ ନେଇ ଆମେ ୧୧ ଜୁନ ୨୦୨୩ ପରେ ଅସ୍ଥାୟୀ ଭାବେ ଏହାର ସମୟ ସୀମାକୁ ବୃଦ୍ଧି କରୁଛୁ । ଗତ କିଛି ମାସ ମଧ୍ୟରେ ଉତ୍ତର କୋରିଆର ଅନେକ କ୍ଷେପଣାସ୍ତ୍ର ଜାପାନ ଉପରେ ଉଡ଼ିଛି। ଏଥିରୁ କିଛି କ୍ଷେପଣାସ୍ତ୍ର ଜାପାନର ଜଳ ଭିତରେ ମଧ୍ୟ ପଡିଛି, ଯଦିଓ ଏହାଯୋଗୁ କୌଣସି କ୍ଷୟକ୍ଷତି ହୋଇ ନାହିଁ।

ଜାପାନର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି ପ୍ୟୋଙ୍ଗୟାଙ୍ଗର ଜାତୀୟ ଏରୋସ୍ପେସ ଡେଭଲପମେଣ୍ଟ ଆଡମିନିଷ୍ଟ୍ରେଶନ ଚୋଲିମା- ୧ ବାହକ ରକେଟରେ ଲାଗିଥିବା ମଲ୍ଲିକୋଙ୍ଗ- ୧ ସାମରିକ ଅନୁସନ୍ଧାନ ଉପଗ୍ରହକୁ ସଫଳତାର ସହ ଉତକ୍ଷେପଣ କରିଛି। ରିପୋର୍ଟରେ କୁହାଯାଇଛି ପ୍ରଥମ ପର୍ଯ୍ୟାୟ ପୃଥକ ହେବା ପରେ ଦ୍ୱିତୀୟ ପର୍ଯ୍ୟାୟର ଇଞ୍ଜିନ ପ୍ରଜ୍ୱଳିତ କରିବାରେ ବିଫଳ ହୋଇଥିଲା, ଯାହା ଦ୍ୱାରା ରକେଟ ୟେଲୋ ସାଗରରେ ପଡିଯାଇଥିଲା।

ଉତ୍ତର କୋରିଆ ଗତ ଦୁଇ ବର୍ଷ ଧରି ନିରନ୍ତର କ୍ଷେପଣାସ୍ତ୍ର ପରୀକ୍ଷା କରୁଛି। ବର୍ତ୍ତମାନ ଏଭଳି କ୍ଷେପଣାସ୍ତ୍ରଗୁଡିକ ଉତ୍ତର କୋରିଆର ଅସ୍ତ୍ରଶସ୍ତ୍ରରେ ଅନ୍ତର୍ଭୁକ୍ତ କରାଯାଇଛି, ଯାହା ଆମେରିକାକୁ ଜବାବ ଦେବାରେ ସକ୍ଷମ। ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ନିଜର କ୍ଷେପଣାସ୍ତ୍ରକୁ ସାମରିକ ପରେଡରେ ଏସବୁ ଅନ୍ତର୍ଭୁକ୍ତ କରି ବିଶ୍ୱକୁ ଦେଖାଇଛନ୍ତି। ଉତ୍ତର କୋରିଆ ଯୋଗୁ ଦକ୍ଷିଣ କୋରିଆ, ଜାପାନ ଏବଂ ଆମେରିକା ଅଧିକ ବିପଦରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri