ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଟାକାଇଚିଙ୍କ ନେତୃତ୍ୱରେ ୨ ଦେଶ ମଧ୍ୟରେ ସମ୍ପର୍କ ଆହୁରି ନିବିଡ଼ ହେବା ନେଇ ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି। ନିମ୍ନ ସଦନର ୪୬୫ ଆସନ ମଧ୍ୟରୁ ଲିବେରାଲ ଡେମୋକ୍ରାଟିକ୍‌ ପାର୍ଟି ନେତୃତ୍ୱରେ ଟାକାଇଚିଙ୍କ ଶାସକ ମେଣ୍ଟ ଦୁଇ-ତୃତୀୟାଂଶରୁ ଅଧିକ ଆସନ ଜିତିବା ଏକପ୍ରକାର ନିଶ୍ଚିତ ବୋଲି ଏକ୍‌ଜିଟ୍‌ ପୋଲ୍‌ରେ ପୂର୍ବାନୁମାନ କରାଯାଇଥିଲା। ବୃହତ୍‌ ଜନାଦେଶ ଫଳରେ ଟାକାଇଚି ଜାପାନର ଅର୍ଥନୀତି ଏବଂ ସାମରିକ ସାମର୍ଥ୍ୟ ବୃଦ୍ଧି ଦିଗରେ ବଡ଼ ପଦକ୍ଷେପ ନେବା ପାଇଁ ସୁଯୋଗ ପାଇବେ। ଚାଇନା ସହ ଜାପାନର ଉତ୍ତେଜନା ବଢ଼ିଥିବାବେଳେ ଟାକାଇଚି ଆମେରିକା ସହ ସମ୍ପର୍କ ବଢ଼ାଇବାକୁ ଉଦ୍ୟମ ଚଳାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri