ଜାପାନରେ କମି ଚାଲିଛି ଶିଶୁ ଜନ୍ମହାର, ଚିନ୍ତାରେ ସରକାର

ଟୋକିଓ,୪ ।୧୨: ଜାପାନରେ ଚଳିତ ବର୍ଷ ଶିଶୁ ଜନ୍ମହାର ଏତେ ପରିମାଣରେ କମ୍ ହୋଇଛି ଯେ ଏବେ ଏହା ରେକର୍ଡ କରିଛି । ଏଥିରୁ ଅନୁମାନ କରାଯାଉଛି କି ଜାପାନର ଜନସଂଖ୍ୟା ଅନୁମାନ ପୂର୍ବରୁ କମ୍ ହୋଇ ୧୦ କୋଟିରୁ ତଳକୁ ଖସିଯାଇପାରେ ।
ଜୁନ ୨୦୨୧ରୁ ମେ ୨୦୨୨ ଅର୍ଥାତ୍ ୧୨ ମାସ ମଧ୍ୟରେ ଜାପାନରେ ୭,୯୮,୫୬୧ ଶିଶୁ ଜନ୍ମ ନେଇଛନ୍ତି । ସ୍ୱାସ୍ଥ୍ୟ, ଶ୍ରମ ଓ କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, କୌଣସି ୧୨ ମାସ ବା ବର୍ଷକ ମଧ୍ୟରେ ପ୍ରଥମଥର ଲାଗି ଚଳିତ ବର୍ଷ ୮ ଲକ୍ଷରୁ କମ୍ ଶିଶୁ ଜନ୍ମ ନେଇଛନ୍ତି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତବର୍ଷ ଜାପାନରେ ୮ ଲକ୍ଷ ୧୧ ହଜାର ଶିଶୁ ଜନ୍ମ ନେଇଥିଲେ । ତାହା ବି ଏକ ରେକର୍ଡ ଥିଲା । ହେଲେ ସେତେବେଳେ କୁହାଯାଇଥିଲା କି ଏହା କରୋନା ମହାମାରୀର ପ୍ରଭାବ । ହେଲେ ତାଜା ସଂଖ୍ୟା କହୁଛି ଜାପାନରେ ଏହି ଟ୍ରେଣ୍ଡ ଆହୁରି ଆଗକୁ ବଢି ଯାଇଛି ।
ପ୍ରତିବର୍ଷ ପ୍ରଥମ ୬ ମାସରେ ପ୍ରାୟ ୩,୬୭,୨୩୨ ଶିଶୁଙ୍କର ଜନ୍ମ ହୋଇଥିଲା । ୨୦୨୧ର ପ୍ରଥମ ୬ ମାସ ତୁଳନାରେ ଏହା ୫ ପ୍ରତିଶତ କମ । ଏହି ବର୍ଷ ପ୍ରଥମ ୯ ମାସରେ ୫ ଲକ୍ଷ ୯୯ ହଜାର ଶିଶୁ ଜନ୍ମ ହୋଇଥିଲେ । ଏହା ୨୦୨୧ ପୂର୍ବରୁ ୯ ମାସ ତୁଳନାରେ ୪.୯ ପ୍ରତିଶତ କମ ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri