ଜାପାନ ନିମ୍ନ ସଦନରେ ସଂଖ୍ୟାଗରିଷ୍ଠତା ହରାଇଲା ଶାସକ ମେଣ୍ଟ

ଟୋକିଓ,୨୯ା୧୦: ଜାପାନ ପାର୍ଲାମେଣ୍ଟର ୪୬୫ ସଦସ୍ୟବିଶିଷ୍ଟ ନିମ୍ନ ସଦନରେ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ଶାସକ ମେଣ୍ଟ ସଂଖ୍ୟାଗରିଷ୍ଠତା ହରାଇଛି। ରବିବାର ଅନୁଷ୍ଠିତ ପାର୍ଲାମେଣ୍ଟ ନିର୍ବାଚନରେ ଇଶିବାଙ୍କ ଲିବେରାଲ ଡେମୋକ୍ରାଟିକ୍‌ ପାର୍ଟି (ଏଲ୍‌ଡିପି) ପାର୍ଲାମେଣ୍ଟରେ ଏକକ ସଂଖ୍ୟାଗରିଷ୍ଠ ରହିଥିବାରୁ ସରକାର ବଦଳିବା ଆଶା କରାଯାଉନି। ତେବେ ଫଳାଫଳ ସେଠାରେ ରାଜନୈତିକ ଅନିଶ୍ଚିତତା ସୃଷ୍ଟି କରିଛି। ସରକାରୀ ଦଳର ଅତ୍ୟଧିକ ଦୁର୍ନୀତିରେ ଅତିଷ୍ଠ ଥିବା ଜାପାନ ଜନସାଧାରଣ ଭୋଟ ଜରିଆରେ ସେମାନଙ୍କ କ୍ରୋଧ ବ୍ୟକ୍ତ କରିଛନ୍ତି। ସଂଖ୍ୟାଗରିଷ୍ଠତା ହାସଲ କରିବାରେ ବିଫଳ ହୋଇଥିବାରୁ ପାର୍ଲାମେଣ୍ଟରେ ଇଶିବା ତାଙ୍କ ଦଳର ନୀତି ଓ ଯୋଜନାଗୁଡ଼ିକ କାର୍ଯ୍ୟକାରୀ କରିବା କଷ୍ଟକର ହୋଇପଡ଼ିବ। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଏକ ତୃତୀୟ ସହଯୋଗୀ ଦଳକୁ ସାଙ୍ଗରେ ନେବାକୁ ପଡ଼ିବ। ତେବେ ଉଚ୍ଚ ସଦନରେ ଏଲ୍‌ଡିପି ମେଣ୍ଟ ସଂଖ୍ୟାଗରିଷ୍ଠତା ବଜାୟ ରଖିଛି। ଶାସକ ମେଣ୍ଟ ୨୧୫ ଆସନରେ ବିଜୟୀ ହୋଇଛି। ପୂର୍ବରୁ ମେଣ୍ଟ ସରକାରଙ୍କ ପାଖରେ ୨୭୯ ଆସନ ରହିଥିଲା। ଅକ୍ଟୋବର ୧ରେ ଇଶିବା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri