ଜାପାନ ନିମ୍ନ ସଦନରେ ସଂଖ୍ୟାଗରିଷ୍ଠତା ହରାଇଲା ଶାସକ ମେଣ୍ଟ

ଟୋକିଓ,୨୯ା୧୦: ଜାପାନ ପାର୍ଲାମେଣ୍ଟର ୪୬୫ ସଦସ୍ୟବିଶିଷ୍ଟ ନିମ୍ନ ସଦନରେ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ଶାସକ ମେଣ୍ଟ ସଂଖ୍ୟାଗରିଷ୍ଠତା ହରାଇଛି। ରବିବାର ଅନୁଷ୍ଠିତ ପାର୍ଲାମେଣ୍ଟ ନିର୍ବାଚନରେ ଇଶିବାଙ୍କ ଲିବେରାଲ ଡେମୋକ୍ରାଟିକ୍‌ ପାର୍ଟି (ଏଲ୍‌ଡିପି) ପାର୍ଲାମେଣ୍ଟରେ ଏକକ ସଂଖ୍ୟାଗରିଷ୍ଠ ରହିଥିବାରୁ ସରକାର ବଦଳିବା ଆଶା କରାଯାଉନି। ତେବେ ଫଳାଫଳ ସେଠାରେ ରାଜନୈତିକ ଅନିଶ୍ଚିତତା ସୃଷ୍ଟି କରିଛି। ସରକାରୀ ଦଳର ଅତ୍ୟଧିକ ଦୁର୍ନୀତିରେ ଅତିଷ୍ଠ ଥିବା ଜାପାନ ଜନସାଧାରଣ ଭୋଟ ଜରିଆରେ ସେମାନଙ୍କ କ୍ରୋଧ ବ୍ୟକ୍ତ କରିଛନ୍ତି। ସଂଖ୍ୟାଗରିଷ୍ଠତା ହାସଲ କରିବାରେ ବିଫଳ ହୋଇଥିବାରୁ ପାର୍ଲାମେଣ୍ଟରେ ଇଶିବା ତାଙ୍କ ଦଳର ନୀତି ଓ ଯୋଜନାଗୁଡ଼ିକ କାର୍ଯ୍ୟକାରୀ କରିବା କଷ୍ଟକର ହୋଇପଡ଼ିବ। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଏକ ତୃତୀୟ ସହଯୋଗୀ ଦଳକୁ ସାଙ୍ଗରେ ନେବାକୁ ପଡ଼ିବ। ତେବେ ଉଚ୍ଚ ସଦନରେ ଏଲ୍‌ଡିପି ମେଣ୍ଟ ସଂଖ୍ୟାଗରିଷ୍ଠତା ବଜାୟ ରଖିଛି। ଶାସକ ମେଣ୍ଟ ୨୧୫ ଆସନରେ ବିଜୟୀ ହୋଇଛି। ପୂର୍ବରୁ ମେଣ୍ଟ ସରକାରଙ୍କ ପାଖରେ ୨୭୯ ଆସନ ରହିଥିଲା। ଅକ୍ଟୋବର ୧ରେ ଇଶିବା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri