ଜାପାନରେ ଭୂକମ୍ପ, ୧୦ରୁ ଊର୍ଦ୍ଧ୍ୱ ଆହତ

ଟୋକିଓ,୨୨ା୧: ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମ ଜାପାନରେ ହୋଇଥିବା ଭୂକମ୍ପ ସମସ୍ତଙ୍କୁ ଥରାଇ ଦେଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୪ ରେକର୍ଡ କରାଯାଇଛି। ଏହି ଶକ୍ତିଶାଳୀ ଭୂକମ୍ପ ଯୋଗୁ ୧୦ ଜଣ ଆହତ ହୋଇଛନ୍ତି।

ଜାପାନ ପାଣିପାଗ ବିଭାଗର ସୂଚନାନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଶନିବାର ଅପରାହ୍ନ ୧.୮ରେ କ୍ୟୁସୁ ଦ୍ୱୀପରୁ ସୃଷ୍ଟି ହୋଇଥିଲା। ଏହା ପ୍ରାୟ ୪୦ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଥିଲା। ବର୍ତ୍ତମାନ ସୁଦ୍ଧା କୌଣସି ସୁନାମି ଚେତାବନୀ ଦିଆଯାଇ ନାହିଁ। ଭୂକମ୍ପର ତୀବ୍ରତା ଭୟଙ୍କର ଅନୁଭୂତ ହୋଇଛି। ଓଟା,
ମିୟାଜାକି, କୋଚି ଏବଂ କୁମାମୋଟୋର ଏହାର ତୀବ୍ରତା ଅଧିକ ଥିଲା।

ସୂଚନାନୁଯାୟୀ, ମିୟାଜାକିରେ କମ୍ପନ ଯୋଗୁ ୪ ଜଣ ଆହତ ହୋଇଛନ୍ତି। ଏଥିସହ ଓଟାରେ ୬ ଜଣ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ସାଗା ଏବଂ କୁମାମୋଟୋରେ କୌଣସି ପ୍ରକାରର କ୍ଷୟକ୍ଷତି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri