ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କ ବିରୋଧରେ ହତ୍ୟା ମାମଲା, ୬ ମାସ ପରେ ଆରମ୍ଭ ହେବ ଟ୍ରାଏଲ

ଟୋକିଓ,୧୩ ।୧: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଅଭିଯୁକ୍ତମାନେ ଔପଚାରିକ ଭାବେ ହତ୍ୟା ଅଭିଯୋଗ ଆଣିଛନ୍ତି । ଶୁକ୍ରବାର ଦିନ ଜାପାନ ଗଣମାଧ୍ୟମ ସୂତ୍ରରୁ ପ୍ରକାଶ ଯେ ଅଭିଯୁକ୍ତ ତିତ୍ସୁଆ ୟାମାଗାମୀ ସିଞ୍ଜୋ ଆବେଙ୍କ ହତ୍ୟା ପରେ ମାନସିକ ପରୀକ୍ଷା ପାଇଁ ୬ ମାସ ଜେଲରେ ରହିଥିଲେ । ଏବେ ତାଙ୍କୁ ପୋଲିସକୁ ହସ୍ତାନ୍ତର କରାଯାଇଛି ।
ଅଭିଯୋଗକାରୀମାନେ କହିଛନ୍ତି, ଅଭିଯୁକ୍ତ ଏବେ ଟ୍ରାଏଲ ପାଇଁ ଫିଟ ହୋଇଯାଇଛନ୍ତି । ହତ୍ୟା ମାମଲା ବ୍ୟତୀତ ତାଙ୍କ ଉପରେ ଅସ୍ତ୍ରଶସ୍ତ୍ର ନିୟନ୍ତ୍ରଣ ଆଇନ ଉଲ୍ଲଂଘନ ମାମଲା ବି ଦିଆଯାଇଛି । ସୂଚନାଯୋଗ୍ୟ, ଗତବର୍ଷ ଜୁଲାଇରେ ଜାପାନର ନାରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ଏହାପରେ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri