ଚାଇନା କ୍ରୋଧ ପ୍ରକାଶ କରିବା ପରେ ବି ମାଛ ଖାଇ ବିଶ୍ୱକୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୧।୯: ଜାପାନର ଫୁକୁସିମା ଆଣବିକ କାରଖାନାରୁ ବା ନ୍ୟୁକ୍ଲିୟର ପ୍ଲାଣ୍ଟରୁ ରେଡିଓଆକ୍ଟିଭ ଜଳକୁ ପ୍ରଶାନ୍ତ ମହାସାଗରରେ ଛାଡିବାକୁ ନେଇ ଚାଇନା କ୍ରୋଧିତ ହୋଇଛି। ଏଭଳି ପରିସ୍ଥିତିରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବଢୁଥିବା ଜଣାପଡିଛି। ଏହି ସମୟରେ, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ମାଛ ଖାଇ ଚାଇନା ସମେତ ସମଗ୍ର ବିଶ୍ୱକୁ ଜଣାଇବାକୁ ଚେଷ୍ଟା କରିଛନ୍ତି ଯେ ବର୍ଜ୍ୟବସ୍ତୁ ରେଡିଓଆକ୍ଟିଭ ଜଳ ସମୁଦ୍ରକୁ ଯିବା ପରେ ମଧ୍ୟ ମାଛ ଖାଇବା ନିରାପଦ ଅଟେ। ସୂଚନାଯୋଗ୍ୟ, ଯେ ଜାପାନ ୧୨ ବର୍ଷ ଧରି ଫୁକୁସିମାର ଆଣବିକ ବିଦ୍ୟୁତ କେନ୍ଦ୍ରରେ ଗଚ୍ଛିତ ରେଡିଓଆକ୍ଟିଭ ଜଳ ଛାଡିବା ଆରମ୍ଭ କରିଛି, ଏହାପରେ ଚାଇନା ଏବଂ ହଂକଂ ଫୁକୁସିମାର ସାମୁଦ୍ରିକ ଖାଦ୍ୟକୁ ଅସୁରକ୍ଷିତ କହିବା ସହ ଏଡା ଉପରେ ପ୍ରତିବନ୍ଧକ ଲଗାଇଛି।
ସୂଚନାଯୋଗ୍ୟ, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ତାଙ୍କ ସରକାରର ତିନିଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟାହ୍ନ ଭୋଜନରେ ଫୁକୁସିମା ଉପକୂଳରୁ ଆଣିଥିବା ମାଛରୁ ପ୍ରସ୍ତୁତ ସାଶିମି (ଜାପାନୀ ଖାଦ୍ୟ) ଖାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମାଛ ଖାଉଥିବା ଭିଡିଓ ଜାପାନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ସେୟାର କରାଯାଇଛି। ଯାହା ପରେ ସୋସିଆଲ ମିଡିଆରେ ଏହି କ୍ଲିପ ଭାଇରାଲ ହେଉଛି । ଏହି ମାଛ ଖାଇବା ପରେ ଜାପାନ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ମାଛ ବହୁତ ସ୍ବାଦିଷ୍ଟ ଏବଂ ନିରାପଦ ଅଟେ। ଭିଡିଓରେ ତାଙ୍କ ସହ ଅନେକ ମନ୍ତ୍ରୀ ମଧ୍ୟ ଫୁକୁସିମାରୁ ମାଛ ଖାଉଥିବା ନଜର ଆସିଛନ୍ତି। ଏହି କ୍ଲିପରେ ନେତାମାନେ ଫୁକୁସିମା ଅଞ୍ଚଳର ଫଳ, ଚାଉଳ ଏବଂ ପନିପରିବା ଉପଭୋଗ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri