ଶିଂଜୋ ଆବେଙ୍କ ପରେ ଏବେ ଟାର୍ଗେଟରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା! ଭାଷଣ ଦେବା ସମୟରେ ଫିଙ୍ଗାଗଲା ପାଇପ ବମ

ଟୋକିଓ,୧୫।୪: ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ସଭାରେ ୧୫ ଏପ୍ରିଲ ଅର୍ଥାତ୍‌ ଶନିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଓ୍ବାକାୟାମା ସହରରେ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ଭାଷଣ ଆରମ୍ଭ ହେବାର ଠିକ ପୂର୍ବରୁ ହୋଇଛି। ଏହି ସମୟରେ ଖୁବ ଜୋରରେ ବିସ୍ଫୋରଣର ଶବ୍ଦ ଶୁଭିଥିଲା। ସୂଚନା ଅନୁଯାୟୀ, ଜାପାନର ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ଉପରେ ସ୍ମୋକ ବମ ଦ୍ୱାରା ଆକ୍ରମଣ କରାଯାଇଥିଲା। ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ କହିଛନ୍ତି ବିସ୍ଫୋରଣ ଖୁବ ଜୋରରେ ହୋଇଥିଲା।
ଯେଉଁ ସ୍ଥାନକୁ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଭାଷଣ ଦେବାକୁ ଯାଇଥିଲେ, ସେଠାକାର ଏକ ଭିଡିଓ ଏବେ ଜାରି କରାଯାଇଛି। ଭିଡିଓରେ ଦେଖିବାକୁ ମିଳିଛି ବିସ୍ଫୋରଣ ପରେ ଘଟଣାସ୍ଥଳରେ ଥିବା ଲୋକେ ଦୌଡିବାକୁ ଲାଗିଛନ୍ତି। ଜଣେ ବ୍ୟକ୍ତିଙ୍କୁ କେତେଜଣ ଲୋକେ ତଳେ ପକାଇ ଦେଇ ମାଡି ବସି ଧରିଛନ୍ତି।

ଘଟଣାସ୍ଥଳରେ ପୋଲିସ ଉପସ୍ଥିତ ରହିବା ସହ ଜଣେ ବ୍ୟକ୍ତିଙ୍କୁ ଧରି ରଖିଛି। ତିନିରୁ ଚାରି ଜଣ ପୋଲିସ ଅଧିକାରୀ ଉକ୍ତ ବ୍ୟକ୍ତିଙ୍କୁ ଧରି ନେଇଛନ୍ତି। ଏହି ଘଟଣା ପରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଘଟଣା ସେହି ସମୟରେ ହୋଇଥିଲା ଯେତେବେଳେ ଜାପାନ ପ୍ରଧାନମନ୍ତ୍ରୀ ଶାସକ ଲିବରଲ ଡୋମୋକ୍ରାର୍ଟିକ ପାର୍ଟିର ଜାଣେ ପ୍ରାର୍ଥୀଙ୍କ ସହ ସ୍ପିଚ ଦେବାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri