ଶିଂଜୋ ଆବେଙ୍କ ପରେ ଏବେ ଟାର୍ଗେଟରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା! ଭାଷଣ ଦେବା ସମୟରେ ଫିଙ୍ଗାଗଲା ପାଇପ ବମ

ଟୋକିଓ,୧୫।୪: ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ସଭାରେ ୧୫ ଏପ୍ରିଲ ଅର୍ଥାତ୍‌ ଶନିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଓ୍ବାକାୟାମା ସହରରେ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ଭାଷଣ ଆରମ୍ଭ ହେବାର ଠିକ ପୂର୍ବରୁ ହୋଇଛି। ଏହି ସମୟରେ ଖୁବ ଜୋରରେ ବିସ୍ଫୋରଣର ଶବ୍ଦ ଶୁଭିଥିଲା। ସୂଚନା ଅନୁଯାୟୀ, ଜାପାନର ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ଉପରେ ସ୍ମୋକ ବମ ଦ୍ୱାରା ଆକ୍ରମଣ କରାଯାଇଥିଲା। ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ କହିଛନ୍ତି ବିସ୍ଫୋରଣ ଖୁବ ଜୋରରେ ହୋଇଥିଲା।
ଯେଉଁ ସ୍ଥାନକୁ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଭାଷଣ ଦେବାକୁ ଯାଇଥିଲେ, ସେଠାକାର ଏକ ଭିଡିଓ ଏବେ ଜାରି କରାଯାଇଛି। ଭିଡିଓରେ ଦେଖିବାକୁ ମିଳିଛି ବିସ୍ଫୋରଣ ପରେ ଘଟଣାସ୍ଥଳରେ ଥିବା ଲୋକେ ଦୌଡିବାକୁ ଲାଗିଛନ୍ତି। ଜଣେ ବ୍ୟକ୍ତିଙ୍କୁ କେତେଜଣ ଲୋକେ ତଳେ ପକାଇ ଦେଇ ମାଡି ବସି ଧରିଛନ୍ତି।

ଘଟଣାସ୍ଥଳରେ ପୋଲିସ ଉପସ୍ଥିତ ରହିବା ସହ ଜଣେ ବ୍ୟକ୍ତିଙ୍କୁ ଧରି ରଖିଛି। ତିନିରୁ ଚାରି ଜଣ ପୋଲିସ ଅଧିକାରୀ ଉକ୍ତ ବ୍ୟକ୍ତିଙ୍କୁ ଧରି ନେଇଛନ୍ତି। ଏହି ଘଟଣା ପରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଘଟଣା ସେହି ସମୟରେ ହୋଇଥିଲା ଯେତେବେଳେ ଜାପାନ ପ୍ରଧାନମନ୍ତ୍ରୀ ଶାସକ ଲିବରଲ ଡୋମୋକ୍ରାର୍ଟିକ ପାର୍ଟିର ଜାଣେ ପ୍ରାର୍ଥୀଙ୍କ ସହ ସ୍ପିଚ ଦେବାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?