Posted inଜାତୀୟ

୫ ବର୍ଷରେ ଭାରତରେ ୩.୧୮ ଲକ୍ଷ କୋଟି ନିବେଶ ପାଇଁ ଜାପାନର ପ୍ରସ୍ତାବ…

ନୂଆଦିଲ୍ଲୀ/ଟୋକିଓ, ୧୯।୩ : ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଶିଖର ବୈଠକ କରିବେ। ୟୁକ୍ରେନ ସଙ୍କଟ ଏବଂ ଏସିଆରେ ବଢୁଥିବା ଚାଇନାର ହସ୍ତକ୍ଷେପ ସମ୍ପର୍କରେ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି। ଜାପାନ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତରେ ୩.୧୮ ଲକ୍ଷ କୋଟି (୪୨ବିଲିୟନ ଡ଼ଲାର) ପୁଞ୍ଜି ବିନିଯୋଗ ପ୍ରସ୍ତାବ ଘୋଷଣା କରିବ ବୋଲି କୁହାଯାଉଛି।

ଗତ ବର୍ଷ ଜାପାନର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କିଶିଦାଙ୍କର ଏହା ପ୍ରଥମ ଭାରତ ଗସ୍ତ। ଏହାପୂର୍ବରୁ ୨୦୧୪ ରେ, ତତ୍କାଳୀନ ଜାପାନର ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ପାଞ୍ଚ ବର୍ଷ ମଧ୍ୟରେ ଭାରତରେ ୩୫୦ ବିଲିୟନ୍‌ ୟେନ ନିବେଶ ଘୋଷଣା କରିଥିଲେ।

ଜାପାନର ଖବରକାଗଜ ନିକ୍କେଇ ଏସିଆ ରିପୋର୍ଟ କରିଛି ଯେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ପାଞ୍ଚ ବର୍ଷ ମଧ୍ୟରେ ଏହି ନିବେଶ କରିବାକୁ ଯୋଜନା କରିଛନ୍ତି। କିଶିଡା ବର୍ତ୍ତମାନ ଦିଲ୍ଲୀରେ ଅଛନ୍ତି । ଜାପାନ ଏହାର ବୁଲେଟ ଟ୍ରେନ ଟେକ୍ନୋଲୋଜି ଉପରେ ଆଧାର କରି ଭାରତର ସହରାଞ୍ଚଳ ଭିତ୍ତିଭୂମି ବିକାଶ ତଥା ଏକ ହାଇ ସ୍ପିଡ ରେଳ ନେଟୱାର୍କ ପ୍ରତିଷ୍ଠା କରିବାରେ ସାହାଯ୍ୟ କରୁଛି।

କିଶିଦା ଅର୍ଥନୈତିକ ସହଯୋଗ ସହ ଦ୍ୱିପାକ୍ଷିକ ସମ୍ପର୍କର ବିକାଶ ଉପରେ ଗୁରୁତ୍ୱାରୋପ କରବାର ସମ୍ଭାବନା ରହିଛି। ମୁମ୍ବାଇ-ଅହମ୍ମଦାବାଦ ବୁଲେଟ ଟ୍ରେନ ପ୍ରକଳ୍ପର ଅନ୍ୟାନ୍ୟ ସ୍ଥାନକୁ ବିସ୍ତାର କରିବା ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri