ଜାପାନ ସ୍ପେସକ୍ରାଫ୍ଟ ସହିତ ସମ୍ପର୍କ ବିଛିନ୍ନ…

ଟୋକିଓ,୨୬।୪ : ଭାରତର ବିକ୍ରମ ଲାଣ୍ଡର ପରି ଜାପାନର ଏକ ସ୍ପେସକ୍ରାଫ୍ଟ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଚନ୍ଦ୍ରରେ ଅବତରଣ କରିବାରେ ଜାପାନର ସ୍ବପ୍ନ ପୂରଣ ହୋଇ ପାରି ନାହିଁ। ଜାପାନର ଏକ ଘରୋଇ କମ୍ପାନୀ ଆଇସ୍ପେସ ଇଙ୍କର ଏକ ଲ୍ୟାଣ୍ଡର ଚନ୍ଦ୍ରକୁ ଯାଇଥିଲା। କୁହାଯାଉଥିଲା ପ୍ରଥମ ଥର ପାଇଁ ଦେଶର ଏକ ଘରୋଇ କମ୍ପାନୀର ସ୍ପେସକ୍ରାଫ୍ଟ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ, କିନ୍ତୁ ଏହା ହୋଇପାରି ନାହିଁ। ଗ୍ରାଉଣ୍ଡ ଟିମ୍‌ ଲ୍ୟାଣ୍ଡର ସହ ସମ୍ପର୍କ ହରାଇଛି।

ଲ୍ୟାଣ୍ଡର ହାକୁତୋ-ଆର ମିଶନ ୧ (ହାକୁଟୋ-ଆର ମିଶନ ୧ ଏମ ୧) ଜାପାନ କମ୍ପାନୀର ଏହି ଉପଗ୍ରହ ଗତ ବର୍ଷ ଡିସେମ୍ବରରେ ଫ୍ଲୋରିଡାର କେପ କାନାଭେରାଲରୁ ଏକ ସ୍ପେସ ଏକ୍ସ ରକେଟ ସହିତ ଉତକ୍ଷେପଣ କରାଯାଇଥିଲା।

ଯୋଗାଯୋଗ ହରାଇବା ପରେ ପ୍ରତିଷ୍ଠାତା ତଥା ସିଇଓ ତକେଶି ହାକାମାଦା କହିଛନ୍ତି ଯେ ଆମେ ସମ୍ପର୍କ ହରାଇଛୁ। ଆମେ ଆଶା କରିଥିଲୁ ସଂଯୋଗ ପୁନଃସ୍ଥାପିତ ହେବ, କିନ୍ତୁ ତାହା ହୋଇନାହିଁ ।ଏହା ସ୍ପଷ୍ଟ ଆମେ ଚନ୍ଦ୍ର ପୃଷ୍ଠରେ ଅବତରଣ କରିପାରିଲୁ ନାହିଁ ଏବଂ ଆମର ମିଶନ ବିଫଳ ହେଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri