୨୧ ଶହ କୋଟିର ଋଣ ଦେବ ଜାପାନ, କୋଭିଡ୍‌ ପରିଚାଳନା ପାଇଁ ହେବ ଖର୍ଚ୍ଚ

ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ସମୟରେ ସାଧାରଣ ଜନତା ନାନା ସମସ୍ୟାରେ ସମ୍ମୁଖୀନ ହୋଇଛନ୍ତି, ଏଭଳି ଏକ କଠିନ ସମୟରେ ପୁଣି ଥରେ ସହଯୋଗର ହାତ ବଢ଼ାଇବା ପାଇଁ ଉଭୟ ଦେଶ ଆଗକୁ ଆସିଛନ୍ତି। କରୋନା ମହାମାରୀ ଭଳି ଏକ ଅସମୟରେ ଦୁଇ ଦେଶ ମଧ୍ୟରେ ଗରିବ, ଦୁର୍ବଳ, ଚିକିତ୍ସା କ୍ଷେତ୍ରରେ ସହାୟତା ପାଇଁ ୩୦ ବିଲିୟନ (୨୧୦୦ କୋଟି) ଟଙ୍କାର ବୁଝାମଣା ସ୍ବାକ୍ଷରିତ ହୋଇଛି। ଏ ସମ୍ପର୍କରେ ଭାରତୀୟ ଅର୍ଥ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ସି.ଏସ୍‌. ମହାପାତ୍ର ଏବଂ ଜାପାନର ରାଷ୍ଟ୍ରଦୂତ ସୁଜୁକି ସତୋଶିଙ୍କ ମଧ୍ୟରେ ଏହି ରାଜିନାମା ସ୍ବାକ୍ଷରିତ ହୋଇଥିବା ଜଣାପଡ଼ିଛି। ବାର୍ଷିକ ୦.୬୫% ସୁଧ ହାରରେ ଏହି ରାଜିନାମା ହେବା ସହିତ ଋଣଦେୟର ସମୟସୀମା ୧୫ ବର୍ଷ ରଖାଯାଇଛି। ପୂର୍ବରୁ ଜାପାନ କୋଭିଡ୍‌ ପରିଚାଳନା ପାଇଁ ଭାରତକୁ ୫୦ ବିଲିୟନ୍‌ ୟେନ୍‌ ସହାୟତା କରିଥିଲା। ସେହିଭଳି ୧ ବିଲିୟନ୍‌ ୟେନ୍‌ (୭୧ କୋଟି)ର ଅତିରିକ୍ତ ସହାୟତା ମଧ୍ୟ ଦେଇଥିଲା।
ଭାରତ ପକ୍ଷରୁ କୁହାଯାଇଛି ଯେ, ଜାପାନର ଏହି ଆର୍ଥିକ ସହାୟତାକୁ ପ୍ରଧାନମନ୍ତ୍ରୀଙ୍କ ଗରିବ କଲ୍ୟାଣ ଯୋଜନାରେ ଖର୍ଚ୍ଚ କରାଯିବ। ଫଳରେ ଭାରତରେ ସାମାଜିକ ଉନ୍ନତିରେ ସ୍ଥିରତା ଆସିପାରିବ ବୋଲି ଆକଳନ କରାଯାଉଛି। ଏହା ସହିତ କୋଭିଡ୍‌-୧୯ ସମୟରେ ନିଜ ଜୀବନକୁ ବାଜି ଲଗାଇ ସଂକ୍ରମିତଙ୍କ ସେବା କରୁଥିବା ଓ ଏହି ଅସମୟରେ ସରକାର ଓ ସାଧାରଣ ଲୋକଙ୍କ ନିକଟରେ ଛିଡା ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କର ଏକ ସ୍ବତନ୍ତ୍ର ବୀମା ମଧ୍ୟ କରାଯିବ। ଏହି ଋଣ ଅର୍ଥକୁ ନିର୍ମାଣ ଶ୍ରମିକଙ୍କ ସହାୟତା ସହ ଗରିବଙ୍କୁ ଆବଶ୍ୟକ ଖାଦ୍ୟ ସାମଗ୍ରୀ ଏବଂ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri