Posted inଖେଳ

ମୁମ୍ବାଇ ସିଟିରେ ଜାପାନିଜ୍‌ ମିଡ୍‌ଫିଲ୍ଡର ଗୋଡାର୍ଡ

ମୁମ୍ବାଇ: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ମୁମ୍ବାଇ ସିଟି ଏଫ୍‌ସି ସିଜନ ୨୦୨୦-୨୧ ପାଇଁ ଇଂଲଣ୍ଡ ଜନ୍ମିତ ଜାପାନିଜ ମିଡ୍‌ ଫିଲ୍ଡର ସାଏ ଗୋଡାର୍ଡଙ୍କ ସହିତ ଚୁକ୍ତି କରିଛି। ୨୩ ବର୍ଷୀୟ ଏହି ଫୁଟ୍‌ବଲର ଗୋଟିଏ ସିଜନ ପାଇଁ ଋଣ ଭିତ୍ତିରେ ଇଟାଲିଆନ କ୍ଲବ ବେନେଭେଣ୍ଟୋ କାଲସିଓ ଦଳରୁ ଆସିଛନ୍ତି। ଗୋଡାର୍ଡ ହେଉଛନ୍ତି ଇଂଲିଶ କ୍ଲବ ଟୋଟେନହାମ୍‌ ହଟ୍ସପୁର ୟୁଥ୍‌ ଏକାଡେମୀର ସୃଷ୍ଟି। ସେ ୨୦୧୭ରେ ସ୍ପର୍ସ କ୍ଲବ ଛାଡ଼ିବା ପୂର୍ବରୁ ୧୮ବର୍ଷରୁ କମ୍‌, ୨୧ବର୍ଷରୁ କମ୍‌ ଏବଂ ୨୩ ବର୍ଷରୁ କମ୍‌ ଦଳ ତରଫରୁ ପ୍ରତିନିଧିତ୍ୱ କରିଛନ୍ତି। ଗୋଡାର୍ଡ ପରେ ଇଟାଲୀ ଯାଇଥିଲେ। ସେଠାରେ ସେ ୨୦୧୮ରେ ସିରି ବି’ ଦଳ ବେନେଭେଣ୍ଟୋ ଦଳ ସହ ୩ ବର୍ଷିଆ ଚୁକ୍ତି କରିଥିଲେ। ସମୟ ମିଳିଲେ ସେ ସାମୟିକ ଅନ୍ୟ କ୍ଲବ ତରଫରୁ ଖେଳିଥାନ୍ତି। ୨୦୧୯-୨୦ ସିଜନ ପାଇଁ ସେ ଋଣ ଭିତ୍ତିରେ ଏହି ମିଡ୍‌ଫିଲ୍ଡର ସାଇପ୍ରସର ଏକ କ୍ଲବ ପାଫୋସ୍‌ ଏଫ୍‌ସି ତରଫରୁ ଖେଳିଥିଲେ। ଗୋଡାର୍ଡ ଆହୁରି ମଧ୍ୟ ଜାପାନର ୧୬ ବର୍ଷରୁ କମ୍‌ , ୧୭ ବର୍ଷରୁ କମ୍‌ ଏବଂ ୟୁଥ୍‌ ଦଳ ତରଫରୁ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri