ଜାପାନର ଫୁକୁସିମା ଆଣବିକ କାରଖାନାରୁ ଛଡାଯିବ ଜଳ, ବିରୋଧ ସତ୍ତ୍ୱେ ବଡ ନିଷ୍ପତ୍ତି ନେଇଛନ୍ତି ପ୍ରଧାନମନ୍ତ୍ରୀ

ଟୋକିଓ,୨୨।୮: ଆସନ୍ତାକାଲି ଫୁକୁସିମା ଆଣବିକ କାରଖାନାରୁ ବିଶୋଧିତ ରେଡିଓଆକ୍ଟିଭ ବର୍ଜ୍ୟଜଳ ସମୁଦ୍ରକୁ ଛାଡିବା ଆରମ୍ଭ କରିବ। ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ମଙ୍ଗଳବାର ଏହି ଘୋଷଣା କରିଛନ୍ତି। କହିବାକୁ ଗଲେ ଏହି ନିଷ୍ପତ୍ତି ଏମିତି ସମୟରେ ନିଆଯାଇଛି ଯେଉଁ ସମୟରେ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଚିନ୍ତା ବଢୁଛି। ଏଥି ସହିତ ଚାଇନା କ୍ରମାଗତ ଭାବରେ ଏହାର ବିରୋଧ କରୁଛି।
ମଙ୍ଗଳବାର ସକାଳେ ଏକ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଏହି ନିଷ୍ପତ୍ତି ନିଆଯାଇଛି। ବାସ୍ତବରେ, ୨୦୧୧ରେ ହୋଇଥିବା ବଡ଼ ଭୂକମ୍ପ ଏବଂ ସୁନାମି ପରଠାରୁ ଏହି ସ୍ଥାନ ବହୁ ପରିମାଣର ଜଳ ଜମା କରିଥିଲା। ୨୦୨୧ରେ, ତତ୍କାଳୀନ ପ୍ରଧାନମନ୍ତ୍ରୀ ୟୋସିହିଡେ ସୁଗା ପ୍ରଶାନ୍ତ ମହାସାଗରରେ ଜଳ ମୁକ୍ତ କରିବାକୁ ଅନୁମୋଦନ କରିଥିଲେ, ଏବଂ ବର୍ତ୍ତମାନର ପ୍ରଶାସନ ଜାନୁୟାରୀରେ ଘୋଷଣା କରିଛି ଯେ ବସନ୍ତ ଏବଂ ଗ୍ରୀଷ୍ମ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ।
ଏହାପୂର୍ବରୁ ଜୁଲାଇରେ ଅନ୍ତର୍ଜାତୀୟ ପରମାଣୁ ଶକ୍ତି ଏଜେନ୍ସି (ଆଇଏଇଏ) ରିପୋର୍ଟ କରିଥିଲା ଯେ ଜାପାନର ଯୋଜନା ବିଶ୍ୱ ସୁରକ୍ଷା ମାନଦଣ୍ଡ ସହ ମେଳ ଖାଉଛି ଏବଂ ଏହା ମାନବ ତଥା ପରିବେଶ ଉପରେ ଅଧିକ ପ୍ରଭାବ ପକାଇବ ନାହିଁ। ଏହା ପରେ ହିଁ ସରକାର ନିଷ୍ପତ୍ତି ନେଇଥିଲେ ଯେ ଜଳ ମୁକ୍ତ ହୋଇପାରିବ। ଅନେକ ୟୁରୋପୀୟ ଦେଶ ଜାପାନର ଖାଦ୍ୟ ଉପରେ ଆମଦାନୀ ପ୍ରତିବନ୍ଧକକୁ ହ୍ରାସ କରିଥିବାବେଳେ ଚାଇନା ଏହାର ପଡ଼ୋଶୀଙ୍କ ସାମୁଦ୍ରିକ ଖାଦ୍ୟ ରପ୍ତାନି ଉପରେ ପରୀକ୍ଷା ଆରମ୍ଭ କରିଛି। ଏହା କୂଟନୈତିକ ଉତ୍ତେଜନା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri